ସପ୍ତମୀରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୯ା୯ (ବୁ୍ୟରୋ): ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିଛି । ଏହା ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ସକ୍ରିୟ ରହିଛି । ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୪ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ ବୋଲି ବୁଧବାର ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ମହାଷ୍ଟମୀରେ ଭିଜିବ ପୁରା ରାଜ୍ୟ, ଫିକା ପଡ଼ିବ ପାର୍ବଣ । ଦଶହରାରେ ପ୍ରବଳ ବର୍ଷା ହେବା ସହ
ଅକ୍ଟୋବର ୨ତାରିଖ ମହାସପ୍ତମୀରୁ ଉପକୂଳ ଓଡ଼ିଶା ବର୍ଷାରେ ଭିଜିବ । ପ୍ରବଳ ବର୍ଷା ପାଇଁ ୨ତାରିଖରୁ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୩ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଚେତାବନୀ ଦେଇଛି । ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ସେପ୍ଟେମ୍ବର ୨୯ ତାରିଖ ମଧ୍ୟରେ ରାଜ୍ୟରେ ୧୧୮୭.୬ ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବୃଷ୍ଟିପାତ ୧୧୪୪.୩ ମିମିଠାରୁ ୪% ଅଧିକ ବର୍ଷା ହୋଇଛି । ୪ ଜିଲ୍ଲାରେ ଅଧିକ ବର୍ଷା ହୋଇଥିବାବେଳେ ଗୋଟିଏ ଜିଲ୍ଲା ଭଦ୍ରକରେ ନିଅଣ୍ଟିଆ ଓ ଅନ୍ୟ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *