ବିଧାନସଭାରେ ଉକ୍ରଳମଣିଙ୍କ ଜୟନ୍ତୀ

ଭୁବନେଶ୍ୱର (ବୁ୍ୟରୋ): ରବିବାର ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୧୪୫ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବିଧାନସଭା ପରିସରସ୍ଥ ଉକ୍ରଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପୁଷ୍ପାର୍ଘ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମାନବସେବାକୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ପଣ୍ଡିତ ଗୋପବନ୍ଧୁ ଥିଲେ ଦୀନ, ଦରିଦ୍ର ଓ ଦୁଃଖୀଙ୍କର ବନ୍ଧୁ ବୋଲି ବାଚସ୍ପତି କହିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଦାଶରଥି ଶତପଥୀ, ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ତଥା ନିଦେ୍ର୍ଦଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ନିମନ୍ତ୍ରିତ ବ୍ୟକ୍ତି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *