ଭୁବନେଶ୍ୱର ବିମାନବନ୍ଦରରେ ରହିବ ଡାକୋଟା
ରାଜ୍ୟ ସରକାର କରିବେ ରକ୍ଷଣାବେକ୍ଷଣ
ଭୁବନେଶ୍ୱର (ବୁ୍ୟରୋ): ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ । ବିମାନ ବନ୍ଦରର ୧.୧ ଏକର ଜମିରେ ବିଜୁବାବୁଙ୍କ ଏହି ଡାକୋଟା ବିମାନ ରହିବ । ଡାକୋଟାର ପାରିପାଶ୍ୱିର୍କ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ଅନୁମତି ମିଳିଛି । ଭାରତୀୟ ବିମାନ ପ୍ରାଧିକରଣ ଏହି ଅନୁମତି ପ୍ରଦାନ କରିଛି । ତେବେ ଏହି ଡାକୋଟାର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ରାଜ୍ୟ ସରକାର କରିବେ । ବ୍ୟବସାୟିକ କାର୍ଯ୍ୟକଳାପ କରିପାରିବେନି । ରାଜ୍ୟ ସରକାର ଏନେଇ ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ଜଣାପଡ଼ିଛି । ଖୁବ୍ଶୀଘ୍ର ଡାକୋଟା ଭୁବନେଶ୍ୱର ଆସିବ ବୋଲି ଏହି ଅବସରରେ ପ୍ରକାଶ ପାଇଛି ।