ଅର୍ଚ୍ଚନା ମାମଲାରେ ଇଡିର ଏଣ୍ଟ୍ରି

ଭୁବନେଶ୍ୱର, ୨୭ା୧୦ (ବୁ୍ୟରୋ): ବହୁଚର୍ଚ୍ଚିତ ବ୍ଲାକମେଲର ଲେଡି ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ (ଇଡି) ତଦନ୍ତ କରିବ । କମିସନରେଟ ପୁଲିସ ପକ୍ଷରୁ ୨ଟି ଏତଲାର କପି ପ୍ରବର୍ତ୍ତନ ନିଦେ୍ର୍ଦଶାଳୟକୁ ହସ୍ତାନ୍ତର କରାଯାଇଛି । ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଛି । ବେଆଇନ୍ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ । ଏଥିପାଇଁ ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ କମିସନରେଟ ପୁଲିସକୁ ଅର୍ଚ୍ଚନାର ବିରୋଧରେ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ଏତଲାର କପି ମାଗିଥିଲା । ପ୍ରବର୍ତ୍ତନ ନିଦେ୍ର୍ଦଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ ବୋଲି ଆଶା କରାଯାଉଛି । ଉଭୟ ସ୍ୱାମୀ ଓ ସ୍ତ୍ରୀ ଏବେ ସେକ୍ସେଟୋର୍ସନ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି । ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ପୁଲିସ ଗିରଫ କରିଥିଲା ।
ଗତ ୨୧ ତାରିଖରେ ଅର୍ଚ୍ଚନାର ସ୍ୱାମୀ ଜଗବନ୍ଧୁ ଚାନ୍ଦ ଗିରଫ ହୋଇ ଝାରପଡ଼ା ଜେଲ୍ ଯିବା ପରେ ଡିସିପି ପ୍ରତୀକ ସିଂ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଥିଲେ । ଅର୍ଚ୍ଚନାର ଅପରାଧିକ ଷଡଯନ୍ତ୍ରରେ ଜଗବନ୍ଧୁ ସାମିଲ ଥିଲେ । ଫଟୋ, ଭଡ଼ିଓ ଭାଇରଲ ସହ ବ୍ଲାକମେଲର ଜଗବନ୍ଧୁ ସମ୍ପର୍କ ରହିଛି । ୪ ମୋବାଇଲ ଫୋନ୍, ଲାପଟପ ଓ ଡାଏରି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ସେହିପରି ପୀଡ଼ିତାଙ୍କର ୧୬୪ ଧାରରେ ବୟାନ ରେକର୍ଡ ହୋଇଛି । ଏ ଘଟଣାକୁ ଖଣ୍ଡଗିରି ଥାନା ଅଧିକାରୀ ତଦନ୍ତ କରୁଛନ୍ତି । ଅର୍ଚ୍ଚନାଙ୍କ ବିରୋଧରେ ନୟାପଲ୍ଲୀ ଥାନାରେ ଥିବା ପ୍ରଯୋଜକଙ୍କ ଅଭିଯୋଗର ରିମାଣ୍ଡ ଟ୍ୟାଗ ପାଇଁ କୋର୍ଟରେ ପ୍ରୋସେସ କରାଯାଉଛି । ଏଦିଗରେ ଅଧିକ ତଦନ୍ତ କରାଯାଉଥିବା ସେ କହିଥିଲେ । ତେଣୁ ଏହି ମାମଲାରେ ବଡ଼ ଗୁମର ଖୋଲିପାରେ ବୋଲି ଆଶା କରାଯାଉଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *