ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି ସୃଦୃଢ଼ ହୋଇଛି

ମହାବାତ୍ୟାକୁ ପୂରିଲା ୨୩ ବର୍ଷ
ଭୁବନେଶ୍ୱର (ବୁ୍ୟରୋ): ରାଜ୍ୟସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମସ୍ତଙ୍କୁ ସମ୍ବୋଧିତ କରି କହିଥିଲେ, ଏହି ଦିବସ ୧୯୯୯ ମସିହାରେ ସଂଘଟିତ ପ୍ରଳୟଙ୍କରୀ ମହାବାତ୍ୟାର ଭୟାବହତା ଏବଂ ଧ୍ୱସଲୀଳାକୁ ମନେ ପକାଇବା ସହ ଭବିଷ୍ୟତରେ ଯେ କୌଣସି ପ୍ରକାରର ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆମ୍ଭକୁ ଦୃଢ ସଂକଳ୍ପବଦ୍ଧ କରାଇଥାଏ ।
ମହାବାତ୍ୟାର ୨୩ ବର୍ଷ ପରେ ଆମେ ଆମ ରାଜ୍ୟକୁ ବିପର୍ଯ୍ୟୟ ସମୟରେ ଯେପରି ନିରାପଦରେ ରଖିପାରିବୁ, ସେଥିପାଇଁ ସମସ୍ତ ପ୍ରକାର ପ୍ରୟାସ ଜାରି ରଖିଛୁ । ବିପର୍ଯ୍ୟୟ ପରିଚାଳନା ପାଇଁ ଓଡିଶାରେ ଭିତ୍ତିଭୂମି ସୁଦୃଢ କରାଯାଇଛି । ବିଗତ କିଛି ବର୍ଷ ହେଲା ଆମର ବିପର୍ଯ୍ୟୟ ପରିଚାଳନା ଉଦ୍ୟମକୁ ବିଶ୍ୱବାସୀ ପ୍ରଶଂସା କରିଆସୁଛନ୍ତି । ଏକ ବିପର୍ଯ୍ୟୟ ପ୍ରତିରୋଧୀ ଓଡିଶା ଗଠନରେ ମୋ ରାଜ୍ୟର ସାଢେ ୪ କୋଟି ଭାଇ ଓ ଭଉଣୀଙ୍କୁ ସେମାନଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜ୍ଞାପନ କରିଛନ୍ତି । ଏହି ଦିବସରେ ମହାବାତ୍ୟା ଏବଂ ନିକଟ ଅତୀତରେ ଘଟିଥିବା ବିଭିନ୍ନ ବିପର୍ଯ୍ୟୟରେ ପ୍ରାଣ ହରାଇଥିବା ସମସ୍ତ ବ୍ୟକ୍ତିବିଶେଷଙ୍କ ସ୍ମୃତିରେ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।
ଓସଡମା ତରଫରୁ ଆୟୋଜିତ ଏକ ବୃହତ ପ୍ରଦର୍ଶନୀକୁ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଉଦ୍ଘାଟନ କରିବା ସହ ପ୍ରଦର୍ଶନୀରେ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ବ୍ୟବହାର ହେଉଥିବା ସମସ୍ତ ଆଧୁନିକ ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ପଚାରି ବୁଝିଥିଲେ । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଓସଡମାର ପରିଚାଳନା ନିଦେ୍ର୍ଦଶକ ପ୍ରଦୀପ କୁମାର ଜେନା ସ୍ୱାଗତ ଭାଷଣ ଦେଇଥିଲେ । ୩ ପୁସ୍ତକ ଉନ୍ନୋଚିତ ହୋଇଥିଲା । ୟୁନିସେଫର୍ ଓଡିଶା ମୁଖ୍ୟ ମୋନିକା ନେଲସନ ଯୋଗଦେଇଥିଲେ । ଅତିରିକ୍ତ ସ୍ୱତନ୍ତ୍ର ରିଲିଫ୍ କମିଶନର ତଥା ଓସଡମାର କାର୍ଯ୍ୟନିର୍ବାହୀ ନିଦେ୍ର୍ଦଶକ ଜ୍ଞାନ ଦାସ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଏକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗ ଷ୍ଟାଡିୟମ୍ ପରିସରରୁ ଆରମ୍ଭ ହୋଇଥିବା ଏହି ମାରାଥନକୁ ପୂର୍ବତନ ସାଂସଦ ତଥା ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *