ସବୁ ବିଭାଗ ସଜାଗ ରହିବାକୁ ନିଦେ୍ର୍ଦଶ

୧ଠରେ ପୁରୀ ଆସୁଛନ୍ତି ଭାରତର ପ୍ରଥମ ନାଗରିକ
ପୁରୀ (ବୁ୍ୟରୋ): ଦିନିକିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖ ପୂର୍ବାହ୍ନରେ ରାଷ୍ଟ୍ରପତି ପୁରୀରେ ପହଞ୍ଚôଲା ପରେ ସିଧାସଳଖ ରାଜଭବନ ଅଭିମୁଖେ ଯିବେ । ପରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶନିବାର ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସର୍କିଟ୍ହାଉସଠାରେ ଅନୁଷ୍ଠିତ ହୋଇଛି ।
ପ୍ରଶାସନର ସୂଚନାନୁଯାୟୀ, ରାଷ୍ଟ୍ରପତି ୧୦ତାରିଖ ପୂର୍ବାହ୍ନରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧାସଳଖ ହେଲିକପ୍ଟର ଯୋଗେ ପୁରୀ ତାଳବଣିଆ ହେଲିପ୍ୟାଡ୍ରେ ଅବତରଣ କରିବେ । ସେଠାରୁ ସେ ରାଜଭବନ ଯାଇ କିଛି ସମୟ ବିଶ୍ରାମ କରିବେ । ପରେ ମଧ୍ୟାହ୍ନ ୧୨ଟାରୁ ୧ଟା ମଧ୍ୟରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିରକୁ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ଆନନ୍ଦବଜାରରେ ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି । ଦୀର୍ଘ ସମୟ ଧରି ରାଷ୍ଟ୍ରପତି ଶ୍ରୀମନ୍ଦିର ପରିସରରେ ରହିବେ । ତତ୍ସହିତ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ୧୦ ଜଣ ବରିଷ୍ଠ ଅଧିକାରୀଙ୍କ ସହ ୧୦୦ ଅଧିକାରୀ ଏବଂ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ ।
ବିସ୍ତୃତ ଆଲୋଚନା ପରେ ତାଳବଣିଆ ହେଲିପ୍ୟାଡ୍ରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ, ରାଷ୍ଟ୍ରପତି ଓ ଅନ୍ୟାନ୍ୟ ଅଧିକାରୀ କର୍ମଚାରୀମାନଙ୍କ ରହଣି ବ୍ୟବସ୍ଥା, ଗମନାଗମନ ବ୍ୟବସ୍ଥା, ଖାଦ୍ୟ ବ୍ୟବସ୍ଥା, ସୁରକ୍ଷା, ବ୍ୟାରିକେଡ୍ ଓ ଟ୍ରାଫିକ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ରାସ୍ତା ମରାମତି, ପାନୀୟ ଜଳବ୍ୟବସ୍ଥା, ନିରବଚ୍ଛିନ୍ନ ବିଦୁ୍ୟତ ଓ ଟେଲିଫୋନ୍ ଯୋଗାଯୋଗ ବ୍ୟବସ୍ଥା, ଶୌଚାଳୟ ଓ ପରିମଳ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଶ୍ରୀଜିଉଙ୍କ ଦର୍ଶନ ବ୍ୟବସ୍ଥା, ସିଂହଦ୍ୱାର ଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ବ୍ୟବସ୍ଥା ଓ ପୁନଶ୍ଚ ଭୁବନେଶ୍ୱର ଫେରିବା ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ଆଲୋଚନା କରାଯାଇଥିଲା । ରାଷ୍ଟ୍ରପତି ଦେଶର ପ୍ରଥମ ନାଗରିକ ହୋଇ ଥିବାରୁ ତଥା ପ୍ରୋଟୋକଲ୍ ଅନୁସାରେ ସମସ୍ତ ବ୍ୟବସ୍ଥା ଶୃଙ୍ଖଳାର ସହ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବୈଠକରେ ଏସ୍ପି କନୱାର୍ ବିଶାଲ୍ ସିଂହ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କୈଳାସ ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ରାଜଭବନର ଲେଖା ନିୟନ୍ତ୍ରକ ଗୌତମ ଚୌଧୁରୀ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, ପୁରୀ ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ସିଡିଏମ୍ଓ ଡା ସୁଜାତା ମିଶ୍ର, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *