ନିଯୁକ୍ତ ହେବେ ୭୫୪ଠ ହାଇସ୍କୁଲ୍ ଶିକ୍ଷକ
ହାଇସ୍କୁଲ୍ରେ ସବୁ ପଦ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ
ଭୁବନେଶ୍ୱର, ୧୧ା୧୧ (ବୁ୍ୟରୋ): ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଦଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି । ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ । ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ ।
ପ୍ରକାଶଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟରେ ନିଯୁକ୍ତ କରାଯାଇଥିଲା ।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ ପିଲାଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି । କମ୍ପୁଟର, ଇଣ୍ଟରନେଟରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ
ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି । ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ୱରାନ୍ୱିତ କରାଯାଉଛି । ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି । ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବାବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ବୋଲି ଶୁକ୍ରବାର ପ୍ରକାଶ ପାଇଛି ।