୨ଠଠ କୋଟିର ମରୁଡ଼ି ଇନ୍ପୁଟ୍ ସବ୍ସିଡି

ଭୁବନେଶ୍ୱର, ୧୫ା୧୧(ବୁ୍ୟରୋ): ରାଜ୍ୟର ମରୁଡ଼ି ପ୍ରଭାବିତ ଅଞ୍ଚଳର ପୀଡ଼ିତ ·ଷୀଙ୍କୁ ୨୦୦ କୋଟି ଟଙ୍କାର ଇନ୍ପୁଟ୍ ସହାୟତା ରାଶି ପ୍ରଦାନ କରାଯିବ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି । ଏହି ସମସ୍ତ ଅର୍ଥ ରାଜ୍ୟ ସରକାର ନିଜ ରାଜକୋଷରୁ ପ୍ରଦାନ କରିବେ ।
ମିଳିଥିବା ରିପୋର୍ଟ ଅନୁଯାୟୀ, ବର୍ଷା ଅଭାବରୁ ରାଜ୍ୟର ୧୨ଟି ଜିଲ୍ଲାର ୬୪ଟି ବ୍ଲକ୍ଏବଂ ୧୫ଟି ପୌରାଞ୍ଚଳରେ ଥିବା ପ୍ରାୟ ୨, ୬୩,୫୬୦ ହେକ୍ଟର ·ଷଜମିରେ ୩୩ ପ୍ରତିଶତ ବା ତା’ଠାରୁ ଅଧିକ ଫସଲହାନି ହୋଇଛି । ଅଥଚ ଏ ପର୍ଯ୍ୟନ୍ତ ମରୁଡ଼ି ପ୍ରପୀଡ଼ିତ ଅଞ୍ଚଳର ବହୁସଂଖ୍ୟକ ·ଷୀ ଫସଲ ବୀମା ରାଶି ପାଇପାରି ନାହାନ୍ତି । ଏ ସଂପର୍କରେ ରାଜ୍ୟ ସରକାର କ୍ରମାଗତ ଭାବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଅଧୀନସ୍ଥ ବେଷୟିକ ଉପଦେଷ୍ଟା କମିଟିକୁ ଜଣାଇବା ସହ ଅନୁରୋଧ କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ ।
ଏହି ପରିପ୍ରେକ୍ଷୀରେ ପରିସ୍ଥିତିର ଗମ୍ଭୀରତା ଏବଂ ମରୁଡ଼ି ପୀଡ଼ିତ କୃଷକଙ୍କ ଦାବି ଏବଂ ଜିଲ୍ଲାପାଳମାନେ ଦେଇଥିବା ଫସଲହାନି ରିପୋର୍ଟ ବି·ରକୁ ନେଇ ମୁଖ୍ୟମନ୍ତ୍ରୀ ପୀଡ଼ିତ ଏବଂ ବଞ୍ଚିତ ·ଷୀଙ୍କୁ ରାଜ୍ୟର ନିଜସ୍ୱ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ପୀଡ଼ିତ ·ଷୀଙ୍କୁ ତକ୍ରାଳ ସହାୟତା ରାଶି ପ୍ରଦାନ ଲାଗି ଏହିସବୁ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆବଶ୍ୟକ ସହାୟତା ରାଶି ସଂର୍ପକରେ ଏସ୍ଆର୍ସିଙ୍କ ନିକଟରେ ରିପୋର୍ଟ ଦାଖଲ କରିବାକୁ ନିଦେ୍ର୍ଦଶ ଦିଆଯାଇଛି । ପୀଡ଼ିତ ·ଷୀଙ୍କ କଷ୍ଟ ଦୂର କରିବାକୁ ଏବେ ୨୦୦ କୋଟି ଟଙ୍କାର ଆବଶ୍ୟକତା ରହିଛି ବୋଲି ଆକଳନ କରାଯାଉଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *