୨ଠ୨୩ ସୁଦ୍ଧା ବଦଳିବ ଭିତ୍ତିଭୂମି

ଭୁବନେଶ୍ୱର (ବୁ୍ୟରୋ): କ୍ୟାପିଟାଲ ହସ୍ପିଟାଲରେ ୫ଟି ସଚିବ ଭିକେ ପଣ୍ଡିଆନ୍ । ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶର ସମୀକ୍ଷା କରିଛନ୍ତି ୫ଟି ସଚିବ । ଟ୍ରମାକେୟାର, ପିଜି ଗ୍ରାଜୁଏଟ୍, ମେଡିକାଲ କଲେଜ, ସର୍ଜରୀ ବ୍ଲକ, ଜୁନିଅର ହଷ୍ଟେଲ ସହ ବରିଷ୍ଠ ଡାକ୍ତରଙ୍କ କ୍ୱାର୍ଟର ଭିତ୍ତିଭୂମିର ବିକାଶ କାମ କେତେ ବାଟ ଆଗେଇଛି, ତାର ସମୀକ୍ଷା କରିଛନ୍ତି । ସମୀକ୍ଷା ବେଳେ ସ୍ୱାସ୍ଥ୍ୟ ବିଭାଗର ସଚିବ ଶାଳୀନ ପଣ୍ଡିତ, ସଚିବ ବୀର ବ୍ରିକମ ଯାଦବ, ସ୍ୱାସ୍ଥ୍ୟ ବିଭାଗର ନିର୍ଦେଶକ ବିଜୟ ମହାପାତ୍ର ସମେତ କ୍ୟାପିଟାଲ ହସ୍ପିଟାଲର ନିଦେ୍ର୍ଦଶକ ଉପସ୍ଥିତ ଥିଲେ । ହସ୍ପିଟାଲ ପରିସରରେ ହେଉଥିବା ନିର୍ମାଣଧିନ କାମ ବୁଲିବା ସହ ବହୁ ସମୟ ଧରି ସଚିବ ଆଲୋଚନା କରିଥିଲେ ।
ଆସନ୍ତା ୨୦୨୩ ସୁଦ୍ଧା ନିର୍ମାଣ କାମ ଶେଷ ହେବ । କ୍ୟାପିଟାଲ ହସ୍ପିଟାଲର ପରିସରରେ ୮୦ କୋଟି ଟଙ୍କାରେ ତିଆରି ହେଉଥିବା ଟ୍ରମାକେୟାର ନିର୍ମାଣସ୍ଥଳ ସହ ୨୮୦ କୋଟି ଟଙ୍କାରେ ତିଆରି ହେଉଥିବା ପିଜିଆଇ ବ୍ଲକ କାମ ବୁଲି ଦେଇଥିଲେ ସଚିବ । ପ୍ରତିବର୍ଷ ଏହି ପିଜି କମ୍ପ୍ଲେକ୍ସରେ ନାମଲେଖା ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ ହସପିଟାଲ ନିଦେ୍ର୍ଦଶକ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *