୫ଠ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର, ୧୬ା୧୧ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମରେ ଶିକ୍ଷାର ଉକ୍ରର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ, ସରପଞ୍ଚ, ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି ।
ବ୍ଲକ୍, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ । ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନ ଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍ୟାପନୀ ସମାରୋହରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ପୁରସ୍କାର ଘୋଷଣା କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଭର୍ଚୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକୁ୍ୟମେଣ୍ଟ ସୁରକ୍ଷିତ ରହିପାରିବା ସହ ସୁବିଧାରେ ଉପଲବ୍ଧ ମଧ୍ୟ ହେବ । ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ । ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ । ପ୍ରଥମଟି ହେଉଛି – ସମୟର ଆହ୍ୱାନ । ସେ କହିଥିଲେ ଯେ ଛାତ୍ରଛାତ୍ରୀଙ୍କ ପାଇଁ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ଠିକ୍ ସମୟରେ ଠିକ୍ କାମ କଲେ, ପିଲାମାନେ ଆଗରେ ରହିପାରିବେ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ଓ କହିଥିଲେ ଯେ ବର୍ତ୍ତମାନ ହେଉଛି ପିଲାଙ୍କର ଜ୍ଞାନ ଅର୍ଜନ କରିବାର ସମୟ ।
ପାଠ ସହ ଖେଳକୁଦ, ନାଚଗୀତ ସବୁ କ୍ଷେତ୍ରରେ ଉକ୍ରର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ସେ ପିଲାଙ୍କୁ ପରାମର୍ଶ ଦେଇଥିଲେ । ଦ୍ୱିତୀୟରେ ପରିବର୍ତ୍ତନ ଅବଶ୍ୟମ୍ଭାବୀ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ । ସମୟର ଆହ୍ୱାନକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ହେବାକୁ ପରାମର୍ଶ ଦେଇ ସେ କହିଥିଲେ ଯେ ଆମର ୫-ଟି ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ୱାନର ମୁକାବିଲା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା ।
ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ସେ ପରାମର୍ଶ ଦେଇଥିଲେ । ତୃତୀୟରେ ପିଲାଙ୍କୁ ଦାୟିତ୍ୱବୋଧତା ସମ୍ପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ, ନିଜ ଗାଁ ଓ ସ୍କୁଲ ସେମାନଙ୍କ ପ୍ରତି ନିଜର ଦାୟିତ୍ୱ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନୁ୍ୟଜ ଲେଟର ଉନ୍ମୋଚନ କରିଥିଲେ । ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।
ସ୍କୁଲର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓ ଉତ୍ତର ବିଧାୟକ ସୁଶାନ୍ତ ରାଉତ ପ୍ରମୁଖ ଅଭିଭାଷଣ ଦେଇଥିଲେ । ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ ଅଶ୍ୱଥି ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ଓସେପାର ପ୍ରକଳ୍ପ ନିଦେ୍ର୍ଦଶକ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *