ଜି-୨ଠ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪ା୧୨ (ବୁ୍ୟରୋ): ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜି-୨୦ ଅଧ୍ୟକ୍ଷତାକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକରେ ହେବେ ସାମିଲ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ବୈଠକ । ଏ ନେଇ ଆସନ୍ତାକାଲି ସକାଳୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ । ବୈଠକରେ ଯୋଗ ଦେବା ପରେ ତା’ପର ଦିନ ଅର୍ଥାତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ ।
ସୂଚନାଯୋଗ୍ୟ ନଭେମ୍ବର ୨୦୨୩ ଯାଏଁ ଭାରତ ଏ-୨୦ ଅଧ୍ୟକ୍ଷ ରହିବ । ଏହି ଅବଧିରେ ୨୧୫ ବୈଠକ ଭାରତରେ ଆୟୋଜିତ ହେବ । ରାଜସ୍ଥାନ ଉଦୟପୁରରେ ରବିବାର ସନ୍ଧ୍ୟାରେ ବସିବ ପ୍ରଥମ ବୈଠକ । ବିଭିନ୍ନ ରାଜ୍ୟର ରାଜଧାନୀ, ମହାନଗର, ବଡ଼ ଓ ଛୋଟ ସହର ଓ ପ୍ରସିଦ୍ଧ ଐତିହାସିକ ସ୍ଥଳ ସହ ମୋଟ ୫୫ ସ୍ଥାନ ଏଥିପାଇଁ ଚିହ୍ନଟ ହୋଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏ-୨୦ର ୫ ପ୍ରମୁଖ ବୈଠକ ଭାରତର ସଂସ୍କୃତି ବିଷୟବସ୍ତୁ ଉପରେ ଆଧାରିତ ହେବ ।
ଯାହାଦ୍ୱାରା ଭାରତର ଐତିହ୍ୟକୁ ବିଶ୍ୱ ସମ୍ମୁଖରେ ଉପସ୍ଥାପନ କରାଯାଇପାରିବ । ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇଥିବା ୪ କୀର୍ତ୍ତିରାଜି ନିକଟରେ ୫ ବୈଠକ ଆୟୋଜିତ ହେବ । ଏହି ସବୁ ଐତିହ୍ୟ ସ୍ଥଳଗୁଡ଼ିକ ହେଲା କୋଣାର୍କ ସୂର୍ଯ୍ୟ ମନ୍ଦିର, କର୍ଣ୍ଣାଟକର ହାମ୍ପି, ଆଗ୍ରାର ତାଜମହଲ ଓ ମଧ୍ୟପ୍ରଦେଶର ଖଜୁରାହୋ । ୫ ବୈଠକ ମଧ୍ୟରୁ ତାଜମହଲ ନିକଟରେ ୨ ଅନ୍ୟ ଐତିହ୍ୟ ସ୍ଥଳଗୁଡ଼ିକରେ ଗୋଟିଏ ଲେଖାଏଁ ବୈଠକ ହେବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *