ନନ୍ଦନକାନନର କାୟାକଳ୍ପ

ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ନନ୍ଦନକାନନ ଗସ୍ତ କରି ସେଠାରେ ଯାରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପର୍ଯ୍ୟଟକଙ୍କ ନିମନ୍ତେ ଆନୁଷଙ୍ଗିକ ବ୍ୟବସ୍ଥା ଓ ଉନ୍ନତି ମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀଙ୍କୁ ଶ୍ରୀ ମହାପାତ୍ର ନିଦେ୍ର୍ଦଶ ଦେଇଛନ୍ତି । ମୁଖ୍ୟ ଶାସନ ସଚିବ ପ୍ରଥମେ ଚୁଡଙ୍ଗ ସଂରକ୍ଷିତ ଓ କୃଷ୍ଣନଗର ପ୍ରସ୍ତାବିତ ଜଙ୍ଗଲ ଅଞ୍ଚଳ ବୁଲି ଦେଖିଛନ୍ତି । ଉଭୟ ଜଙ୍ଗଲର ୬୦୪ ହେକ୍ଟର ଜମିରେ ନନ୍ଦନକାନନର ସମ୍ପ୍ରସାରିତ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି ଅଞ୍ଚଳରେ ବାଘ, ସିଂହ, ଭାଲୁ ଓ ତୃଣଭୋଜୀ ଜୀବଜନ୍ତୁଙ୍କ ପାଇଁ ସଫାରି ନିର୍ମାଣ ହେବ । ସଫାରି ମଧ୍ୟରେ ପର୍ଯ୍ୟଟକଙ୍କ ବୁଲିବା ବ୍ୟବସ୍ଥା, ପ୍ରାଣୀ ଚିକିତ୍ସାକେନ୍ଦ୍ର ମଧ୍ୟ ରହିବ । ଏହି ସଂକ୍ରାନ୍ତୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଶ୍ରୀ ମହାପାତ୍ର ନିଦେ୍ର୍ଦଶ ଦେଇଛନ୍ତି ।
ପରେ ବଟାନିକାଲ ଗାର୍ଡେନ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ରୋପୱେକୁ ଆସନ୍ତା ଏକମାସ ମଧ୍ୟରେ କାର୍ଯ୍ୟକ୍ଷମ କରିବାକୁ ସେ ନିଦେ୍ର୍ଦଶ ଦେଇଛନ୍ତି । ଚଳିତ ପର୍ଯ୍ୟଟନ ଋତୁରେ ଅଧିକ ସଂଖ୍ୟକ ପର୍ଯ୍ୟଟକ ନନ୍ଦନକାନନ ଆସିବା ଆଶା କରାଯାଉଥିବାରୁ ଶ୍ରୀ ମହାପାତ୍ର ଏହି ନିଦେ୍ର୍ଦଶ ଦେଇଛନ୍ତି । ରୋପୱେରେ ଦୈନିକ ପ୍ରାୟ ୩ ହଜାର ପର୍ଯ୍ୟଟକ ଯିବା ଆସିବାର ବ୍ୟବସ୍ଥା କରାଯାଉଛି । ଏହାଦ୍ୱାରା ପର୍ଯ୍ୟଟକ ବଟାନିକାଲ ଓ ଜୁଲୋଜିକାଲ ଉଦ୍ୟାନ ମଧ୍ୟରେ ସିଧାସଳଖ ଭାବେ ଯିବା ଆସିବା କରିପାରିବେ ।
ସେହିଭଳି ୯ କୋଟି ଟଙ୍କା ବିନିମୟରେ ବଟାନିକାଲ ଗାର୍ଡେନ ମଧ୍ୟସ୍ଥ କିଆକଣି ହ୍ରଦର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ହ୍ରଦରେ ପର୍ଯ୍ୟଟକଙ୍କ ମନୋରଞ୍ଜନ ନିମନ୍ତେ ବୋଟିଂ ବ୍ୟବସ୍ଥା ମଧ୍ୟ କରାଯିବ । ବଟାନିକାଲ ଗାର୍ଡେନ ସମ୍ମୁଖ ଗେଟ ନିର୍ମାଣ, ସଂଲଗ୍ନ ରାସ୍ତା, ଶୌଚାଳୟ, ପାଦଚଲା ରାସ୍ତା ନିର୍ମାଣ ସମ୍ପର୍କରେ ଅବଗତ ହେବା ସହ ନିର୍ମାଣକୁ ତ୍ୱରାନିତ କରିବାକୁ ପରାମର୍ଶ ଦେଇଥିଲେ ।
ଏହାପରେ ପ୍ରାଣୀ ଉଦ୍ୟାନରେ ଥିବା ଟୟଟ୍ରେନ, ପ୍ରସ୍ଥାନ ସ୍ଥାନର ନିର୍ମାଣ କାର୍ଯ୍ୟ, ପର୍ଯ୍ୟଟନ ସହାୟତା କେନ୍ଦ୍ର ମଧ୍ୟ ବୁଲି ଦେଖିଥିଲେ । ବହୁତଳ ଓ ବସ ପାର୍କିଂ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରିଥିଲେ । ନନ୍ଦନକାନନର ଆଧୁନିକିକରଣ ନିମନ୍ତେ ଖୁବଶୀଘ୍ର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିଦେ୍ର୍ଦଶକଙ୍କୁ ସେ ପରାମର୍ଶ ଦେଇଛନ୍ତି । ଆସନ୍ତା ଏକ ବର୍ଷ ମଧ୍ୟରେ ଏହି ଆଧୁନିକୀକରଣ ଶେଷ ହେବା ନେଇ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । ନନ୍ଦନକାନନ ନିଦେ୍ର୍ଦଶକଙ୍କ ସମେତ ଉପନିଦେ୍ର୍ଦଶକ, ଖୋରଧା ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *