ସରକାର ଦେଲେ ୧୩୮୯ କୋଟି

ବିଏସ୍କେୱାଇରେ ୬.୩୧ ଲକ୍ଷ ଲୋକଙ୍କୁ ମିଳିଲା ଦେୟମୁକ୍ତ ଚିକିତ୍ସା
ଭୂବନେଶ୍ୱର (ବୁ୍ୟରୋ): ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ବିଶେଷ ଅପ୍ରଗତି ହାସଲ କିରିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ୱୟନ ସମୀକ୍ଷା ବୈଠକରୁ ଏହା ଜଣପଡିଛି । ବିଏସ୍କେୱାଇ ବିଷୟରେ ସଦ୍ୟତନ ତଥ୍ୟ ଉପସ୍ଥାପନ କରି ଓଡିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି. କହିଥିଲେ, ଚଳିତ ବର୍ଷ ଜାନୁଆରୀ ୧ରୁ ଡ଼ିସେମ୍ବର ୨୫ ପର୍ଯ୍ୟନ୍ତ ପ୍ରାୟ ୬. ୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି । ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲକୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି ।
ରାଜ୍ୟର ସମସ୍ତ ଜିଲ୍ଲାର ଲୋକ ବିଏସ୍କେୱାଇରେ ଚିକିତ୍ସା ସୁବିଧା ପାଇଛନ୍ତି । ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍ ମାଧ୍ୟମରେ କାଉସେଲିଂ କରାଯାଇଛି । ନିଜ ନିଜର ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକୀୟ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି । ହସ୍ପିଟାଲରେ ନିୟୋଜିତ ଥିବା ସ୍ୱାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କ ଆଡମିଶନ୍ ଓ ଚିକିତ୍ସା ପାଇଁ ନିଜେ ଉପସ୍ଥିତ ରହି ଡ଼ାକ୍ତରଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟା ଗତ ସହାୟତା କରିଛନ୍ତି । ବିଏସ୍କେୱାଇରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ ଚିକିତ୍ସା ଓ ନିଦାନ ପ୍ୟାକେଜ୍ କରାଯାଇଛି । ରୋଗୀଙ୍କୁ ସେମାନଙ୍କ ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍ ଅନ୍ତର୍ଭୁକ୍ତ କରି ସମ୍ପୃକ୍ତ ହସ୍ପିଟାଲ ଚିକିତ୍ସା କରିଛନ୍ତି । ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ରଙ୍କ ସମେତ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟି ବରିଷ୍ଠ ଅଧିକାରୀ ବୈଠକରେ ଅଂଶଗ୍ରହଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *