ବିଶ୍ୱସ୍ତରୀୟ ରେଳ ଷ୍ଟେସନର ପଡ଼ିବ ଭିତ୍ତିପ୍ରସ୍ତର

ଭୁବନେଶ୍ୱର (ବୁ୍ୟରୋ): ବହୁ ପ୍ରତିକ୍ଷିତ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃ ବିକାଶ ପାଇଁ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ଭାରତ ବର୍ଷରେ ରେଳ ଯାତ୍ରୀଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇଦେବା ଲକ୍ଷ୍ୟରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପରିକଳ୍ପନା ମଧ୍ୟରେ ଭୁବନେଶ୍ୱର ରେଳ ଷ୍ଟେସନ ପୁନଃ ବିକାଶ ସ୍ଥାନ ପାଇଛି । ଏହା ଏକ ଅତି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯାହାକୁ ମନ୍ତ୍ରୀ ଶିଘ୍ର ସମ୍ପାଦନ ପାଇଁ ଗୁରୁତ୍ୱାରୋପ କରୁଛନ୍ତି । ପ୍ରକଳ୍ପ ପାଇଁ ୩୦୮ କୋଟି ବ୍ୟୟବରାଦ କରାଯାଇଛି, ଯାହାକି ୨୪ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ ।
ସେହିପରି ୧୪ କିଲୋମିଟର ଦୈର୍ଘ୍ୟ ଅନୁଗୁଳ-ବଳରାମ ନୂତନ ରେଳ ଲାଇନ ପଣ୍ୟ କାରବାର ବିଶେଷ ଭାବେ କୋଇଲା ପରିବହନ ପାଇଁ ଉପଯୋଗ ହୋଇପାରିବ ଏବଂ ଏହା ବିଭିନ୍ନ ଶିଳ୍ପ ସଂସ୍ଥା ବିଶେଷ ଭାବେ ପାୱାର ହାଉସଙ୍କୁ ସହାୟତା ଯୋଗାଇବ । ଏହା ମଧ୍ୟ ଏହି ଅଞ୍ଚଳର ଉନ୍ନତି ସଙ୍ଗେସଙ୍ଗେ ଦେଶର ଆର୍ଥିକ ବିକାଶରେ ନୂତନ ଅଧ୍ୟାୟ ଯୋଡିବ । ଏହା ବ୍ୟତୀତ, ବହୁ ପ୍ରତିକ୍ଷିତ ଓ ଜନସାଧାରଣଙ୍କ ପଡିରହିଥିବା ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ବିଶେଷ ଭାବେ ରେଳ ଯାତ୍ରୀଙ୍କ ଆକାଂକ୍ଷା ପୂରଣ ପାଇଁ ୨ ନୂଆ ଟ୍ରେନ ଚଳାଚଳ କରିବ ।
ଜନସାଧାରଣଙ୍କ ଦୀର୍ଘଦିନର ଆକାଂକ୍ଷା ଥିବା ପୁରୀ-ଜଳେଶ୍ୱର-ପୁରୀ ପାସେଞ୍ଜର ଟ୍ରେନ ଏବଂ ତାଳଚେର-ଢେଙ୍କାନାଳ-ଭଦ୍ରକ ମାର୍ଗଦେଇ ସମ୍ବଲପୁର ଓ ଶାଲିମାର (କଲିକତା) ମଧ୍ୟରେ ନୂତନ ଏକ୍ସପ୍ରେସ ଟ୍ରେନକୁ ପ୍ରଚଳନ କରିବ । ଯାହାକି ଯାତ୍ରୀଙ୍କର ବହୁ ଦିନର ଆକାଂକ୍ଷାକୁ ପୁରଣ କରିବ । ଏହାଦ୍ୱାରା ଯାତ୍ରୀ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ଯିବାପାଇଁ ଆଉ ମଧ୍ୟବର୍ତ୍ତୀ ସ୍ଥାନରୁ ଅନ୍ୟ ପରିବହନ ଉପରେ ନିର୍ଭର କରିବେ ନାହିଁ ବୋଲି ଏହି ଅବସରରେ ପ୍ରକାଶ ପାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *