ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ସବୁ ସୁବିଧା ମିଳିବ
କ୍ୟାପିଟାଲ ହସ୍ପିଟାଲରେ ପିଜି ପାଠ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩ଠା୧୨ (ବୁ୍ୟରୋ): କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରି ପଢ଼ା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ମିଳିଛି ଅନୁମତି । ୬ଟି ବିଭାଗରେ ୨୪ଟି ସିଟ୍ ପାଇଁ ପିଜି ଓ ୬ଟି ସ୍ପେଶାଲ ଏମ୍ଏସ୍/ଏମ୍ଡି ପାଠ୍ୟକ୍ରମ ଅନୁମତି ମିଳିଛି ।
ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ୍ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨ଟି, ଶିଶୁରୋଗ ବିଭାଗରେ ୪ଟି, ଶ୍ୱାସରୋଗ ବିଭାଗରେ ୩ଟି ସିଟ୍ରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ୱତନ୍ତ୍ର ନିଦେ୍ର୍ଦଶକ, ପ୍ରଫେସର ଓ କର୍ମ·ରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି ।
ଏଠାରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା । ଅନୁଷ୍ଠାନ ଖୋଲିବା ଦ୍ୱାରା ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଆହୁରି ସୁଧାର ଆସିବ । ଶିକ୍ଷାନୁଷ୍ଠାନ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଛାତ୍ରଛାତ୍ରୀ ।