ବିକାଶର ନୂଆ ଇତିହାସ ଲେଖୁଛି ମିଶନ ଶକ୍ତି

ଭୁବନେଶ୍ୱର, ୯ା୧(ବୁ୍ୟରୋ): ରାଜ୍ୟରେ ମିଶନ ଶକ୍ତି ଆହୁରି ସୁଦୃଢ ହେବ । ସୋମବାର ଲୋକସେବା ଭବନ କନ୍ଭେସନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ସୁଧ ରିହାତି ପଠାଯାଇଛି । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।
ଏହି ଅବସରରେ କନ୍ଭେନସନ ସେଣ୍ଟରରେ ଉପସ୍ଥିତ ମା ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍ରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା ମାନେ ଆଜି ଘରର ·ରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା’ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା’ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମିଶନ ଶକ୍ତି ଗ୍ରୁପଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦେ୍ଦଶ୍ୟ ହେଉଛି, ‘ମା’ ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ·ହେଁ’ । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଥିଲେ । ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତୀକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଳବିକ ଆନେ୍ଦାଳନରେ ପରିଣତ ହୋଇଛି ।
ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ସୁଜାତା କାର୍ତ୍ତିକେୟନ କହିଲେ, ଆଗରୁ ସୁଧ ରିହାତି ପାଇବା ପାଇଁ ମା ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ । ଏବେ ୫-ଟିରେ ଟେଚକ୍ନୋଲଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ଆକାଉଣ୍ଟକୁ ସିଧା ପଠାଇ ଦିଆଯାଉଛି । ମା ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ସେମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ, ଯଥା- ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍ ଆଦି ବ୍ୟବସାୟ କରିପାରିବେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *