ଜିଲ୍ଲାପାଳମାନେ ଅଧିକ ଫିଡ୍ବ୍ୟାକ୍ ସଂଗ୍ରହ କରନ୍ତୁ

‘ମୋ ସରକାର’ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୭ା୧ (ବୁ୍ୟରୋ): ବହୁ ଚର୍ଚ୍ଚିିତ ମୋ’ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡ୍ବ୍ୟାକ୍ ସଂଗ୍ରହ କରିବାପାଇଁ ନିଦେ୍ର୍ଦଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ଗ୍ରହଣ ଓ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୋ’ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତିବିଶେଷଙ୍କୁ ଫୋନ କଲ୍ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି । ୨୦୧୯ ଅକ୍ଟୋବର ୨ ରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଗତ ମେ’ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରିଥିଲେ । ମଙ୍ଗଳବାର ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଛି ।
ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ ଟି ସେବା ମୋ ସରକାରକୁ ଆସିଛି । ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯ ପ୍ରତିଶତ ଫିଡ୍ବ୍ୟାକ୍ ସର୍ବୋତ୍ତମ ରହିଛି । ସ୍ୱାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ ରହିଛି ।ସରକାରୀ ଡାକ୍ତରଖାନାରେ ମିଳୁଥିବା ସେବା ସଂପର୍କରେ ଜନସାଧାରଣଙ୍କ ଫିଡ୍ବ୍ୟାକ୍ ବହୁତ ଭଲ । ବେସରକାରୀ ଡାକ୍ତରଖାନା ଗୁଡିକରେ ୯୮ ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି । ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ।
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୯୬ ପ୍ରତିଶତ, ରାଜସ୍ୱ ବିଭାଗର ୯୮ ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୯୨ ପ୍ରତିଶତ ଫିଡ୍ବ୍ୟାକ ଅତି ଉତ୍ତମ ରହିଛି । ମିଶନ ଶକ୍ତି ବିଭାଗର ଫିଡ୍ବ୍ୟାକ୍ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି । ଜାତିଗତ ପ୍ରମାଣପତ୍ର ପ୍ରଦାନ କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି । ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବା ଆବଶ୍ୟକ ।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ୍ ପ୍ରମୁଖ ମୋ ସରକାର କାର୍ଯ୍ୟକ୍ରମର ସାମଗ୍ରିକ ତଥ୍ୟ ଉପସ୍ଥାପନ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *