୪ ଦିନ ପରେ ୩ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର, ୨୯ା୧ (ବୁ୍ୟରୋ): ସଂପ୍ରତି ରାଜ୍ୟରେ ଦିନର ତାପମାତ୍ରା ଅଧିକ ରହିଛି । ଶୀତ କିମ୍ବା କୁହୁଡ଼ି ମଧ୍ୟ ଅଧିକ ନହିଁ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହା ପରେ ତାପମାତ୍ରା ପାଖାପାଖି ୨ରୁ ୩ ଡିଗ୍ରି ଯାଏ ହ୍ରାସ ପାଇବ । ଦିନରେ ତାତି କମିବା ସହିତ ରାତିରେ ଶୀତ ଅନୁଭୂତ ହେବ । ସେହିପରି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ଆକାଶ ନିର୍ମଳ ରହିବ । ରାଜଧାନୀ ଓ ଆଖପାଖ ଅଞ୍ଚଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *