ପାଣି ପଞ୍ଚାୟତ ବିରାଟ ସଫଳତା

ଚାଷୀଙ୍କ ସହଯୋଗ
ଯୋଗୁ ଆନେ୍ଦାଳନରେ
ପରିଣତ ହୋଇଛି
୭୦୦ରୁ ଆରମ୍ଭ ହୋଇଥିଲା, ଆଜି ୩୭ ହଜାର ଛୁଇଁଛି: ମୁଖ୍ୟମନ୍ତ୍ରୀ
ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ୟାପିତ
ଭୁବନେଶ୍ୱର, ୧୫ା୨(ବୁ୍ୟରୋ) : ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୩ ଉଦ୍ୟାପନ ସମାରୋହ ବୁଧବାର ଲୋକସେବା ଭବନ କନ୍ଭେନସନ୍ ସେଣ୍ଟରଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ୟାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ପାଣି ପଞ୍ଚାୟତ ଆଜି ଏକ ଆନେ୍ଦାଳନରେ ପରିଣତ ହୋଇଛି । ଚାଷୀ ଭାଇ ଭଉଣୀମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁହିଁ ଏହା ସମ୍ଭବ ହୋଇପାରିଛି ।
ମୁଖ୍ୟମନ୍ତ୍ରୀ କହିଲେ, ମାତ୍ର ୭୦୦ରୁ ଆରମ୍ଭ ହୋଇ ଆଜି ରାଜ୍ୟରେ ୩୭ ହଜାର ପାଣି ପଞ୍ଚାୟତ କାର୍ଯ୍ୟ କରୁଛି । ୩.୩୨ ଲକ୍ଷ ହେକ୍ଟର ଜମିରେ ଆରମ୍ଭ ହୋଇଥିବା ଏହି ପାଣି ପଞ୍ଚାୟତ ଆଜି ୨୩.୪୬ ଲକ୍ଷ ହେକ୍ଟର ଜମିରେ ପାଣିର ସୁବିଧା ଦେଇପାରୁଛି । ଏହା ବାସ୍ତବରେ ବହୁତ ବଡ ସଫଳତା । ଏଗୁଡିକ ବିଭିନ୍ନ ପ୍ରମୁଖ, ମଧ୍ୟମ, କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ କାର୍ଯ୍ୟକାରୀ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ବୃହତ୍ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ ହେବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳ ଅମୂଲ୍ୟ । ଜଳବାୟୁ ପରିବର୍ତ୍ତନର ପ୍ରଥମ ପ୍ରଭାବ ପଡିବ ପାଣି ଉପରେ ଓ ·ଷ ଉପରେ । ତେଣୁ ଜଳ ନଷ୍ଟ ନ କରି, ତାର ସୁବିନିଯୋଗ ଓ ସୁଷମ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।
ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ଦୂରଦୃଷ୍ଟି ରଖି ମୁଖ୍ୟମନ୍ତ୍ରୀ କାମ କରୁଛନ୍ତି । ଏଥିପାଇଁ ଜଳ ଭଳି ଅମୂଲ୍ୟ ସଂପଦ ଉପରେ ଗୁରୁତ୍ୱ ଦେଇ ସେ ପାଣି ପଞ୍ଚାୟତ ଯୋଜନାକୁ କାର୍ଯ୍ୟକାରୀ କରୁଛନ୍ତି । ଗତ କିଛି ବର୍ଷରେ କୋଭିଡ ପାଇଁ ସ୍ଥଗିତ ଥିବା ଏହି ପକ୍ଷ ପାଳନ ସମାରୋହ ଚଳିତ ବର୍ଷ ସେଚ ପରି·ଳନରେ ସମ୍ପୃକ୍ତ ପାଣି ପଞ୍ଚାୟତ ଓ ଅନ୍ୟାନ୍ୟ ହିତାଧିକାରୀଙ୍କୁ ନେଇ ତୃଣମୂଳ ସ୍ତରରେ ଜଳ ବଣ୍ଟନରେ ସମାନତା ଆଣିବା ଉଦେ୍ଧଶ୍ୟରେ ଅତି ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ପାଳନ କରାଯାଇଛି । ଏବେ ଅସମ୍ପୂର୍ଣ୍ଣ ଥିବା ବହୁ ପ୍ରକଳ୍ପ ଗୁଡିକ ସମ୍ପୂର୍ଣ୍ଣ ହେବା ପରେ ପାଣି ପଞ୍ଚାୟତ ମାନେ ଏହାର ସୁଯୋଗ ନେବାକୁ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ କୋଭିଡ ପରବର୍ତ୍ତୀ ସମୟରେ ଏହି ପାଣି ପଞ୍ଚାୟତ ପକ୍ଷ ୧୧୭ ଟି ଜଳସେଚନ ବିଭାଜନରେ ଏବଂ ୩୦ ଟି ଜିଲ୍ଲାରେ ସହଭାଗୀ ସେଚ ପରି·ଳନାରେ ସମ୍ପୃକ୍ତ ପାଣି ପଞ୍ଚାୟତ ଓ ଅନ୍ୟାନ୍ୟ ହିତାଧିକାରୀମାନଙ୍କୁ ନେଇ ଏହା ଅତି ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳିତ ହୋଇଯାଇଛି ।
ଆଜିର ଏହି ସମାରୋହରେ ବିଭିନ୍ନ ପ୍ରକଳ୍ପର ୪୦ ଗୋଟି ଶ୍ରେଷ୍ଠ ପାଣି ପଞ୍ଚାୟତ (ବୃହତ, ମଧ୍ୟମ, କ୍ଷୁଦ୍ର ଓ ଉଠାଜଳସେଚନ), ୩୦ ଜଣ ପ୍ରଗତିଶୀଳ କୃଷକ, ପ୍ରତିଯୋଗିତାର ୧୨ ଜଣ ବିଜେତା ତଥା ୧୨ ଟି ଶ୍ରେଷ୍ଠ ପ୍ରକଳ୍ପ ଏବଂ ୧୫ ଜଣ ଶ୍ରେଷ୍ଠ ଅଧିକାରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।
କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ବ୍ରହ୍ମଗିରି ମା ଜାଗୁଳାଇ ପାଣି ପଞ୍ଚାୟତର ଗୀତାରାଣୀ ସାହୁ ଓ ଯାଜପୁର ବଡଚଣାର ମା ବ୍ରାହ୍ମଣୀଦେବୀ ପାଣି ପଞ୍ଚାୟତର ନଳିନୀକାନ୍ତ ପୃଷ୍ଟି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି ପାଣି ପଞ୍ଚାୟତ ଜରିଆରେ ସେମାନେ କିପରି ସଫଳ ଜଳ ପରି·ଳନା କରି ·ଷରେ ଉନ୍ନତି ଆଣିପାରିଛନ୍ତି, ସେ ବିଷୟରେ ପ୍ରକାଶ କରିଥିଲେ ।
ସ୍ୱାଗତ ଭାଷଣ ଦେଇ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଲେ ଯେ ମେଗାଲିଫ୍ଟ ପ୍ରକଳ୍ପ ମାନଙ୍କରେ ପାଣି ପଞ୍ଚାୟତ ଗଠନ କରିବା ପାଇଁ ପାଣି ପଞ୍ଚାୟତ ନିୟମରେ ସଂଶୋଧନ କରାଯିବା ସହିତ ୫-ଟି ମାଧ୍ୟମରେ ଅନେକ ସଂସ୍କାରମୂଳକ ପଦକ୍ଷେପ ମାନ ନିଆଯାଇଛି । ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *