ପ୍ରଯୁକ୍ତି ବିକାଶର ଆଧାର

କୃଷି ଓଡିÿଶା ୨ଠ୨୩ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୬ା୨(ବୁ୍ୟରୋ): ଭୁବନେଶ୍ୱର ବରମୁଣ୍ଡା ପଡିଆ ଠାରେ ଗୁରୁବାର ଉଦ୍ଘାଟିତ ହୋଇଛି ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କୃଷି ଓଡିଶା-୨୦୨୩’କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଚାଷୀମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ୍ ଓ ଫସଲର ବିବିଧତା ଉପରେ ଗୁତ୍ୱାରୋପ କରି ଚାଷୀଙ୍କୁ ନୂଆ ନୂଆ ଟେକ୍ନୋଲଜି ପ୍ରୟୋଗ କରିବା ସହିତ ଅଧିକ ପରିମାଣର ଅର୍ଥକରୀ ଫସଲ ଚାଷ ପାଇଁ ପରାମର୍ଶ ଦେଇଛନ୍ତି । କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଦ୍ୱାରା ଆୟୋଜିତ କୃଷି ଓଡିଶା -୨୦୨୩ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲଜି ହେଉଛି ବିକାଶର ଆଧାର । କୃଷି କ୍ଷେତ୍ରରେ ମଧ୍ୟ ଟେକ୍ନୋଲଜିର ବହୁତ ଆବଶ୍ୟକତା ରହିଛି । ଏ ବର୍ଷ ମେଳାରେ କୃଷି କ୍ଷେତ୍ରରେ ଟେକ୍ନୋଲଜିର ପ୍ରୟୋଗ ଉପରେ ଗୁରୁତ୍ୱ ଦିଆଯାଇଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ । ଚାଷୀମାନେ ସମସ୍ତେ ନୂଆ ନୂଆ ଟେକ୍ନୋଲଜି ବିଷୟରେ ଜାଣିବେ, ବ୍ୟବହାର କରିବେ ଏବଂ କୃଷି କ୍ଷେତ୍ରରେ ସଫଳ ହୋଇ ନିଜର ତଥା ରାଜ୍ୟର ଉନ୍ନତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଥିଲେ ।
ମୁଖ୍ୟମନ୍ତ୍ରୀ ପୁଣି କହିଲେ, କୃଷି ଓ କୃଷକମାନଙ୍କ ଉନ୍ନତି ମୋ ସରକାରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ । କୃଷି କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ହୋଇପାରିଛି । ଖାଦ୍ୟ ଅଭାବ ଥିବା ଏକ ରାଜ୍ୟରୁ ଆମେ ଖାଦ୍ୟଶସ୍ୟରେ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛୁ । କାଳିଆ ଯୋଜନା ଦ୍ୱାରା ଚାଷୀମାନଙ୍କୁ ରୋଜଗାରର ସୁରକ୍ଷା ମିଳିପାରିଛି ।ଫାର୍ମ ମେକାନାଇଜେସନ୍ ଉପରେ ଗୁରୁତ୍ୱ ଦିଆଯାଇଛି । ଫସଲ ଉତ୍ପାଦନ ବଢାଇବା ପାଇଁ ପଣସ ମିଶନ, ଛତୁ ମିଶନ ଆଜି ସ୍ୱତନ୍ତ୍ର ମିଶନ ଜିରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି । ଆମର ମିଲିଟ୍ ମିଶନ ଆଜି ସାରା ଦେଶ ଓ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି ।
କୃଷି ଓଡିଶାରେ ଉପସ୍ଥିତ ଥିବା ଡବ୍ଲୁ୍ୟ.ଏଫ.ପି , ଆଇଏଫଏଡି ଏବଂ ଏଫଏଓ ପରି ସଂସ୍ଥାର ପ୍ରତିନିଧିମାନଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଆର୍ପଣ କରିଥିଲେ ।
ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନିଜ ଅଭିଭାଷଣ ରଖଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକମାନଙ୍କ ଆୟବୃଦ୍ଧି ରେ କୃଷି ଆନୁସାଙ୍ଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯାଇଛି । ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା, ଦୁଗ୍ଧ ଉତ୍ପାଦନରେ ସ୍ୱାବଲମ୍ବୀ ହୋଇପାରିବା ସହିତ ଚାଷୀମାନଙ୍କ ରୋଜଗାର ବୃଦ୍ଧି କରାଯାଇପାରିଛି ।
ଓଡିଶା ଦକ୍ଷତା ବିକାଶ କତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତୋ ବାଗ୍ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଡ.ଅରବିନ୍ଦ ପାଢୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ନିଦେ୍ର୍ଦଶକ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *