ଦାୟିତ୍ୱ ନେଲେ ପ୍ରଦୀପ ଜେନା
ଭୁବନେଶ୍ୱର, ୧ା୩ (ବୁ୍ୟରେ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଦୀପ ଜେନା । ବୁଧବାର ନୂଆ ଦାୟିତ୍ୱ ଗ୍ରହଣ କରିବା ଅବସରରେ ଅତିରିକ୍ତ ଶାସନ ସଚିବ, ବିଭାଗୀୟ ପ୍ରମୁଖ ଶାସନ ସଚିବ, ସଚିବ, କର୍ମଚାରୀ ଏବଂ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ପ୍ରମୁଖ ଶ୍ରୀ ଜେନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ଜେନା ଦାୟିତ୍ୱ ନେବା ପରେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।
ମୁଖ୍ୟ ସଚିବ ହେବା ପୂର୍ବରୁ ପ୍ରଦୀପ ଜେନା ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଥିଲେ । ତାଙ୍କ ସ୍ଥାନରେ ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ ବୁଧବାର ନୂତନ ଉନ୍ନୟନ କମିଶନର ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ଶେଷ ହୋଇଥିଲା ।