ସଂଗ୍ରହାଳୟ ଟିକେଟ୍ ୧ଠ ଟଙ୍କା

ଭୁବନେଶ୍ୱର, ୧ା୩ (ବୁ୍ୟରୋ): ଓଡିଶା କଳାର ଭୂମି । ଆମ କଳା, ସଂସ୍କୃତି ସାରା ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ର·ର ପ୍ରସାର ଦିଗରେ ସଂଗ୍ରହାଳୟଗୁଡିକ ଗୁରୁôତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛନ୍ତିି । ଜନସାଧାରଣ, ବିଶେଷକରି ଯୁବ ସମାଜ, ଛାତ୍ର ସମାଜ ଓ ପର୍ଯ୍ୟଟକ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଦଶ ଦେଇଛନ୍ତି ।
ଏତଦ୍ଭିନ୍ନ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ । ରାଜ୍ୟରେ ଥିବା ସଂଗ୍ରହାଳୟଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକମାନେ ଅଧିକ ସଖ୍ୟାରେ ଆକୃଷ୍ଟ ହୋଇପାରିବେ ଓ ପରିଦର୍ଶନର ସୁଯୋଗ ପାଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଭୁବନେଶ୍ୱରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ଏବଂ ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି । ସେଗୁଡିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତ ସହାୟକ ହେବ ବୋଲି ଆଶା କରାଯାଉଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *