‘ଜ୍ୱିଗାଟୋ’ କରମୁକ୍ତ

ଚଳଚ୍ଚିତ୍ର ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୨ା ୩ (ବୁ୍ୟରୋ): ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସ ନିଦେ୍ର୍ଦଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମା ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଜଣେ ଫୁଡ୍ ଡେଲିଭରୀ ରାଇଡର୍ ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାର ଏହି ଫିଲ୍ମର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେହିଁ କରାଯାଇଛି । ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟାବସାୟିକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି । ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରାଯାଉଛି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏତଦ୍ବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଦଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ୱିଗାଟୋ ଚଳଚ୍ଚିତ୍ରର ସ୍ୱତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ନନ୍ଦିତା ଦାସ ନିଦେ୍ର୍ଦଶିତ ଚଳଚ୍ଚିତ୍ର ଜ୍ୱିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ କରାଯାଇଛି । ବିଶିଷ୍ଟ ଅଭିନେତା କପିଲ ଶର୍ମା ଓ ଅଭିନେତ୍ରୀ ସାହାନା ଗୋସ୍ୱାମୀ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି । ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଚଳଚ୍ଚିତ୍ରରେ ସଫଳ ଭାବରେ ଉପସ୍ଥାପିତ କରାଯିବା ସହ କଳାତ୍ମକ ଦିଗ ପ୍ରତି ଉଚିତ୍ ଧ୍ୟାନ ଦିଆ ଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ଚଳଚ୍ଚିତ୍ରର ଉଚ୍ଚପ୍ରଶଂସା କରିଥିଲେ । ସାମାଜିକ ପରିବର୍ତ୍ତନ ଦିଗରେ ଜ୍ୱିଗାଟୋ ଏକ ସକରାତ୍ମକ ବାର୍ତ୍ତା ଦେବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *