ରଥଯାତ୍ରା ପୂର୍ବରୁ ଭିତ୍ତିଭୂମି ପ୍ରସ୍ତୁତ କର
ପୁରୀ (ବୁ୍ୟରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ସର୍କିଟ୍ ହାଉସ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଛି । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଗତ ୨୦୨୨ର ରଥଯାତ୍ରା ପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ପରିଚାଳିତ ହୋଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଚଳିତ ବର୍ଷ ମଧ ଅନୁରୂପ ଭାବେ ସମସ୍ତ କାର୍ଯ୍ୟକୁ ସମ୍ମିଳୀତ ଉଦ୍ୟମରେ ସଫଳ କରିବାକୁ ସେ ଆହ୍ୱାନ ଦେଇଥିଲେ । ବିଭିନ୍ନ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ଅଗ୍ରାଧିକାର ଭିତ୍ତିରେ ସମ୍ପନ୍ନ କରିବାକୁ ସେ ନିଦେ୍ର୍ଦଶ ଦେଇଥିଲେ । ରଥକାଠ ସଂଗ୍ରହ, ରଥ ନିର୍ମାଣ, ରଥଖଳା ପରିଷ୍କାର, ରଥଯାତ୍ରା ନିମନ୍ତେ ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡ଼ା ସଂଗ୍ରହ, ନୀତି ସମ୍ପାଦନ, ରଥଟଣା, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦୁ୍ୟତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତୀକରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଚ୍ଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଥିଲେ । ଏସ୍ପି ଡ. କନୱର ବିଶାଲ ସିଂହ ରଥଯାତ୍ରା ପାଇଁ ଆଇନଶୃଙ୍ଖଳା ରକ୍ଷାର ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏମ୍ସି ସଦସ୍ୟ ଅନନ୍ତ ତିଆଡ଼ି, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବ ଚନ୍ଦ୍ର ପୂଜାପଣ୍ଡା, ଜଗନ୍ନାଥ ସିଂହାରୀ, ମାଧବ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟୋକଲ) ଦିଲ୍ଲୀପ କୁମାର ମହାପାତ୍ର, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍ପି ମିହିର କୁମାର ପଣ୍ଡା, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।