୩ ଦିନ ପ୍ରବଳ ବର୍ଷା

ବିଭିନ୍ନ ଜିଲ୍ଲାରେ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୩୦ା୩: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ପୁଣି ଥରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷାକୁ ଦୃଷ୍ଟିରେ ରଖି ଆଗାମୀ ୩ଦିନ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ୩୧ ତାରିଖରେ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ ପଡ଼ିବ । ୧ ତାରିଖରେ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୩୧ ତାରିଖ ଯାଏ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୨୫ ଜିଲ୍ଲାଗୁଡ଼ିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା । ଏଥିରୁ ୧୨ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଉକ୍ତ ୧୨ ଜିଲ୍ଲା ଗୁଡ଼ିକ ହେଲା – ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର । ୨ ତାରିଖ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୧୭ ଜିଲ୍ଲାଗୁଡ଼ିକ ହେଲା – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *