୧୧ରୁ ସକାଳୁଆ ସ୍କୁଲ

୩ରୁ ନୂଆ ଶିକ୍ଷା ବର୍ଷ
ଭୁବନେଶ୍ୱର, ୧ା୪ (ବୁ୍ୟରୋ) : ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଶିକ୍ଷାବର୍ଷ ୨୦୨୩-୨୪ରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚଳିତ ଏପ୍ରିଲ ୩ ତାରିଖରୁ ଆରମ୍ଭ କରିବେ ।
ଗ୍ରୀଷ୍ମ ଋତୁ ପାଇଁ ଏପ୍ରିଲ ୧୧ରୁ ସମସ୍ତ ବିଦ୍ୟାଳୟର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଚାଲିବ । ସ୍ଥଳ ବିଶେଷରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ସ୍କୁଲର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ବିଦ୍ୟାଳୟଗୁଡିକରେ ସ୍ୱଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବା ପାଇଁ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବାକୁ ବିଭାଗ ପକ୍ଷରୁ ନିଦେ୍ର୍ଦଶ ଦିଆଯାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *