ନିପ୍ପନ ପ୍ଲାଣ୍ଟରେ ନବୀନ

ଭୁବନେଶ୍ୱର, ୬ା୪ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୋକିଓ ସ୍ଥିତ ନିପ୍ପନ ଷ୍ଟିଲ୍ ପ୍ଲାଣ୍ଟ ବୁଲି ଦେଖିଛନ୍ତି । ଓଡ଼ିଶାରେ ନିପ୍ପନ ଷ୍ଟିଲ୍ ବୃହତ୍ ନିବେଶ କରିବା ପାଇଁ ପ୍ରସ୍ତାବ ଦେଇଛି । ତା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିପ୍ପନ ଷ୍ଟିଲ କର୍ପୋରେସନର ପ୍ଲାଣ୍ଟ୍ ପରିଦର୍ଶନ କରିଛନ୍ତି । ନିପ୍ପନ ପ୍ଲାଣ୍ଟର ପରିବେଶ ଉପଯୋଗୀ ପଦକ୍ଷେପ ଦେଖି ଖୁସି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।
ଗ୍ରୀନ୍ ଟେକ୍ନୋଲଜି ଉପଯୋଗରେ ଷ୍ଟିଲ୍ ଉତ୍ପାଦନରେ ସେମାନେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି । ନିପ୍ପନର ସହଯୋଗରେ କେନ୍ଦ୍ରାପଡା ଜଗତସିଂହପୁରରେ ହେବାକୁ ଯାଉଥିବା ଷ୍ଟିଲ୍ ପ୍ଲାଣ୍ଟକୁ ନେଇ ବହୁତ ଆଶାବାଦୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ୫-ଟି ସଚିବ ଭିକେ ପାଣ୍ଡିଆନଙ୍କ ସହ ଆଲୋଚନାର ଏକ ଭିଡିଓ ପୋଷ୍ଟ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରତିନିଧି ଦଳ ନିପ୍ପନ ଷ୍ଟିଲ କର୍ପୋରେସନର କିମିସୁ ଷ୍ଟିଲ୍ ୱାର୍କସ ସେଣ୍ଟର ପରିଦର୍ଶନ କରିଛନ୍ତି । ଏହା ସହ ମେଟାଲ, ଆଇଟି, ପର୍ଯ୍ୟଟନ, ଆଲୁମିନିୟମ, ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ ଓ ଗ୍ରୀନ୍ ହାଇଡ୍ରୋଜେନ୍ କ୍ଷେତ୍ରର ହବ୍ ମଧ୍ୟ ବୁଲିଛନ୍ତି ।
ନବୀନଙ୍କ ସହ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ସଚିବ ମନୋଜ ମିଶ୍ର, ୫-ଟି ସଚିବ ଭିକେ ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ବ୍ୟାପାର ସଚିବ ତଥା ଇପିକଲର ପରି·ଳନା ନିଦେ୍ର୍ଦଶକ ପ୍ରମୁଖ ଜାପାନ ଗସ୍ତରେ ସାମିଲ ହୋଇଛନ୍ତି ।
କ୍ଷେତ୍ର ପରିଦର୍ଶନ ସମୟରେ ଜାପାନର ପୁଞ୍ଜିପତିଙ୍କ ସହ ମୁଖ୍ୟମନ୍ତ୍ରୀ ଓ ପ୍ରତିନିଧି ଦଳ ଆଲୋଚନା କରିଛନ୍ତି । ଜାପାନରୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ନିବେଶକ । ଗ୍ରୀନ୍ ହାଇଡ୍ରୋଜେନ, ଗ୍ରୀନ୍ ଆମୋନିଆ, ଗ୍ରୀନ୍ ଏନର୍ଜୀ, ଆଇଟି କ୍ଷେତ୍ରରେ ନିବେଶ ପାଇଁ ଏହି ପ୍ରସ୍ତାବ ଆସିଥିବା ସୂଚନା ମିଳିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *