ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
ଭୁବନେଶ୍ୱର, ୭ା୪(ବୁ୍ୟରୋ): ଝାରସୁଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି । ନିର୍ବାଚନ ଆୟୋଗଙ୍କ ଉପନିର୍ବାଚନ ଘୋଷଣା ଅନୁସାରେ ଏପ୍ରିଲ ୧୩ ତାରିଖରେ ଗେଜେଟ୍ ନୋଟିଫିକେସନ୍, ଏପ୍ରିଲ ୨୦ ତାରିଖରେ ନାମାଙ୍କନ ପତ୍ର ଦାଖଲର ଶେଷ ଦିବସ, ଏପ୍ରିଲ ୨୧ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ଏପ୍ରିଲ ୨୪ ତାରିଖରେ ପ୍ରାର୍ଥôପତ୍ର ପ୍ରତ୍ୟାହାରର ଶେଷ ଦିବସ, ମେ’ ୧୦ ତାରିଖରେ ଭୋଟ ଗ୍ରହଣ, ମେ’ ୧୩ ତାରିଖରେ ଭୋଟ ଗଣନା କରାଯିବା ସହ ମେ’ ମାସ ୧୫ ତାରିଖ ସୁଦ୍ଧା ଉପନିର୍ବାଚନ ସଂପର୍କିତ ସମସ୍ତ ପ୍ରକ୍ରିୟା ଶେଷ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଉପସ୍ଥିତ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ପ୍ରାଞ୍ଜଳ ଭାବେ ଅବଗତ କରାଇଛନ୍ତି । ଉପନିର୍ବାଚନ ଘୋଷଣା ଦିନଠାରୁ ସମଗ୍ର ଝାରସୁଗୁଡ଼ା ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ କରାଯାଇଛି । ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନଙ୍କ ଦ୍ୱାରା କୌଣସି ଲୋଭନୀୟ ପ୍ରସ୍ତାବ କିମ୍ବା ଆର୍ଥିକ ସହାୟତା ଭୋଟରଙ୍କୁ ଯ·ଯାଇ ପାରିବ ନାହିଁ । ନିର୍ବାଚନ ପ୍ର·ର ସମୟରେ ପ୍ରାର୍ଥୀମାନେ କିମ୍ବା ରାଜନୈତିକ ଦଳମାନେ ପ୍ର·ର ଗାଡ଼ିରେ ମାଇକ୍ ବାନ୍ଧି ରାତି ୧୦ ଘଟିକାଠାରୁ ସକାଳ ୬ ଘଣ୍ଟା ପର୍ଯ୍ୟନ୍ତ ପ୍ର·ର କରିପାରିବେ ନାହିଁ । ଆଦର୍ଶ ଆଚରଣ ବିଧି ଜିଲ୍ଲାରେ ବଳବତ୍ତର ଥିବାବେଳେ କୌଣସି ପ୍ରକାରର ଅନୁଦାନ ଯଥା ବିଧାୟକ କିମ୍ବା ସାଂସଦ ପାଣ୍ଠିରୁ ଅନୁଦାନ ଅର୍ଥ ପ୍ରଦାନ କରାଯାଇପାରିବ ନାହିଁ । ପୂର୍ବରୁ ·ଲୁ ରହିଥିବା ସମସ୍ତ ପ୍ରକାରର ଉନ୍ନତିମୂଳକ କାର୍ଯ୍ୟ ·ଲୁରହିବ । ନୂତନ ପ୍ରକଳ୍ପ କାର୍ଯ୍ୟ ଆରନ୍ତ କରାଯାଇପାରିବ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସର୍ବଦଳୀୟ ବୈଠକରେ ସୂଚନା ଦେଇଛନ୍ତି । ଏଥର ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଥିବା ସବୁ ବୁଥ୍ରେ ଶତ ପ୍ରତିଶତ ୱେବ୍ କାଷ୍ଟିଙ୍ଗର ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି । ଉପନିର୍ବାଚନ ପ୍ର·ର ସମୟରେ ପ୍ରାର୍ଥୀ ଓ ବିଭିନ୍ନ ରାଜନୈତିକ ଦଳର ତାରକା ପ୍ର·ରକମାନେ ଯେଉଁସବୁ ଗାଡ଼ି ବ୍ୟବହାର କରିବେ ପୂର୍ବରୁ ସେମାନେ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କଠାରୁ ଅନୁମତି ନେଇ ନିର୍ବାଚନ ପ୍ର·ରରେ ଗାଡ଼ି ବ୍ୟବହାର କରିପାରିବେ । ଉପନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରିବା ନିମନ୍ତେ ନିର୍ବାଚନ କାର୍ଯ୍ୟ ପରି·ଳନା ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ରାଜନୈତିକ ଦଳର କର୍ମକର୍ତ୍ତାମାନେ ସହଯୋଗ କରିବା ପାଇଁ ବୈଠକରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ନିବେଦନ କରିଛନ୍ତି । ଅପରାଧପ୍ରବଣ ପୃଷ୍ଠଭୂମି ଥିବା ପ୍ରାର୍ଥୀମାନେ ନିର୍ବାଚନ ପୂର୍ବରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସଂପର୍କରେ ଅତିକମ୍ରେ ତିନିଥର ଗଣମାଧ୍ୟମ ଜରିଆରେ ପ୍ର·ରପ୍ରସାର କରିବେ ଏବଂ ସଂପୃକ୍ତ ରାଜନୈତିକ ଦଳମାନେ ମଧ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସେମାନଙ୍କ ପ୍ରାର୍ଥୀମାନଙ୍କ ଅପରାଧ ସଂପର୍କରେ ଗଣମାଧ୍ୟମରେ ଅତିକମ୍ରେ ତିନିଥର ନିର୍ଞ୍ଚାରିତ ସମୟ ବ୍ୟବଧାନରେ ପ୍ର·ରପ୍ରସାର କରାଇ ଜନସାଧାରଣଙ୍କୁ ଅବଗତ କରାଇବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସର୍ବଦଳୀୟ ବୈଠକରେ ପ୍ରକାଶ କରିଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଏନ୍ସିପିରୁ ବିକ୍ରମ ସ୍ୱାଇଁ, ବହୁଜନ ସମାଜ ପାର୍ଟିରୁ ମଧୁସୂଦନ ଯାଦବ, ସିପିଆଇ (ଏମ୍)ର ଯୁଷ୍ମନ୍ତ କୁମାର ଦାସ, ଭାରତୀୟ ଜାତୀୟ କଂଗ୍ରେସର ଶିବାନନ୍ଦ ରାୟ, ଭାରତୀୟ ଜନତା ପାର୍ଟିର ସଜନ ଶର୍ମା ଓ ବିଜେପି ଓଡ଼ିଶା ଶାଖାର ଉପସଭାପତି ଅନୀତା ଶୁଭଦର୍ଶିନୀ ଓ ଠାକୁର ରଞ୍ଜିତ ସିଂହ, ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ସହ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।