୧୬ ପର୍ଯ୍ୟନ୍ତ ସ୍କୁଲ୍, ଅଙ୍ଗନୱାଡିÿ ଛୁଟି
ଭୁବନେଶ୍ୱର, ୧୧ା୪(ବୁ୍ୟରୋ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ବୁଧବାରଠାରୁ ପାଞ୍ଚଦିନ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ଜାପାନ ଗସ୍ତରୁ ଫେରିବା ପରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ ବିଭିନ୍ନ ସ୍ଥିତିର ସମୀକ୍ଷା କରିବା ପାଇଁ ଏହି ନିଦେ୍ର୍ଦଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ସହିତ ଗ୍ରୀଷ୍ମ ପ୍ରବାହ ହେବା ନେଇ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅତି ଜରୁରୀ ନଥିଲା ସକାଳ ୧୧ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ମଙ୍ଗଳବାର ୯ଟି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ପଶ୍ଚିମା ବାୟୁ ପ୍ରବାହ ଯୋଗୁଁ ଆସନ୍ତା କାଲି ଠାରୁ ଉଭୟ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ତାପମାତ୍ରା ବଢ଼ିବା ପାଇଁ ସତର୍କ ସୂଚନା ଜାରି ହୋଇଛି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗକୁ ପ୍ରସ୍ତୁତ ରହିବାକୁ ନିଦେ୍ର୍ଦଶ ଦେଇଛନ୍ତି । ସମ୍ଭାବ୍ୟ ପ୍ରତିକୂଳ ପରିସ୍ଥିତିର ମୁକାବିଲା କରିବା ପାଇଁ ବିଶେଷ କରି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଓ ଶକ୍ତି ବିଭାଗକୁ ପ୍ରସ୍ତୁତ ରହିବାକୁ ନିଦେ୍ର୍ଦଶ ଦେଇଛନ୍ତି । ପାନୀୟ ଜଳ ଯୋଗାଣରେ ଯେପରି ବ୍ୟାଘାତ ନଘଟେ ସେଥିନିମନ୍ତେ ସଜାଗ ରହିବାକୁ କୁହାଯାଇଛି । ସେହିପରି ପିକ୍ ଆୱାରରେ ନିରବଚ୍ଛିନ୍ନ ବିଦୁ୍ୟତ୍ ସେବା ଯୋଗାଇବାକୁ ଶକ୍ତି ବିଭାଗକୁ ନିଦେ୍ର୍ଦଶ ଦିଆଯାଇଛି । ସେହିପରି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ଗୁଡିକୁ ବନ୍ଦ ରଖିବାକୁ ନିଦେ୍ର୍ଦଶ ଦେବା ସହିତ ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ ନିମନ୍ତେ ବିଭିନ୍ନ ପାଣିପାଗ ବିଜ୍ଞାନ କେନ୍ଦ୍ର ସହିତ ଯୋଗାଯୋଗ କରିବାକୁ ଅଧିକାରୀମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ।
ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ବିଏସ୍କେୱାଇ ଯୋଜନାର କାର୍ଯ୍ୟକାରିତା ଉପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି । ସମସ୍ତ ହିତାଧିକାରୀ ଯେଭଳି ଏହି ଯୋଜନାର ଲାଭ ଉଠାଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି ରାଜ୍ୟରେ ବଢୁଥିବା କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ସହିତ ସତର୍କ ଦୃଷ୍ଟି ଦେବାକୁ ସ୍ୱାସ୍ଥ୍ୟ ବିଭାଗକୁ ନିଦେ୍ର୍ଦଶ ଦେଇଛନ୍ତି ।
ଏହି ସମୀକ୍ଷା ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ପରିଚାଳନା କରିଥିବା ବେଳେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।