୧୮ରୁ ବର୍ଷା ସମ୍ଭାବନା

ଆଜିିଠୁ ବଦଳିବ ପାଗ
ଭୁବନେଶ୍ୱର, ୧୬ା୪(ବୁ୍ୟରୋ): କିଛିଦିନ ଧରି ରାଜ୍ୟରେ ଗ୍ରୀଷ୍ମ ଲହର ଜାରି ରହିଥିବା ବେଳେ ସୋମବାର ଠାରୁ ପାଗରେ ପରିବର୍ତ୍ତନ ଘଟିବା ସହ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ । ୧୮ ତାରିଖ ଠାରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହି ସମୟରେ ରାଜ୍ୟର କେତେକ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସୂଚନା ଅନୁଯାୟୀ, ଆସନ୍ତା ୨୪ ଗଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର ଏବଂ ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁରର କେତେକ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି କୋରାପୁଟ, ମାଲକାନଗିରି ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସୋମବାର ଉକ୍ତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସେହିପରି ଆସନ୍ତା ୧୮, ୧୯,୨୦ରେ କିଛି ସ୍ଥାନରେ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି । ରବିବାର ଦିନର ତାପମାତ୍ରାରେ ସାମନ୍ୟ ହ୍ରାସ ପାଇଥିଲା । ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇଥିଲା । ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ଅନୁଯାୟୀ,ରାଜ୍ୟର ୨୨ ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ଝାରସୁଗୁଡାର ର ପାରଦ ସର୍ବାଧିକ ୪୩ ଡିଗ୍ରୀ ଛୁଇଁବା ସହିତ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ବୌଦ୍ଧର ପାରଦ ୪୨.୫ ଡିଗ୍ରୀ ଛୁଇଁଥିବା ବେଳେ ସମ୍ବଲପୁର ରେ ଦିର ସର୍ବାଧିକ ତାପମାତ୍ରା ୪୨.୪, ତାଲଚେର ୪୨.୨, ସୁନ୍ଦରଗଡ ୪୧.୫, ଟିଟିଲାଗଡ ଓ ମାଲକାନଗିରର ତାପମାତ୍ରା ୪୧.୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେହିପରି ବଲାଙ୍ଗିର ଓ ଅନୁଗୁଳର ତାପମାତ୍ରା ୪୧.୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ରାଉରକେଲାର ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *