ତିରୋଧାନ ଦିବସରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭ା୪(ବୁ୍ୟରୋ): ସେବା, ତ୍ୟାଗ ଏବଂ ଓଡ଼ିଆ ସ୍ୱାଭିମାନର ପ୍ରତୀକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଇହଲୀଳା ତ୍ୟାଗକୁ ପୂରିଛି ୨୬ ବର୍ଷ । ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶକ୍ରମେ ତିରୋଧାନ ଦିବସକୁ ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ନିରାଡମ୍ବର ଭାବେ ପାଳନ କରିଛି ବିଜେଡି । ବିଜୁବାବୁଙ୍କ ବି·ରଧାରା, ତ୍ୟାଗ, ସେବା, ସଂଗ୍ରାମ ଓ ସ୍ୱାଭିମାନରେ ବ୍ରତୀ ହୋଇ ଏକ ସମୃଦ୍ଧ, ସଶକ୍ତ, ସ୍ୱାଭିମାନୀ ନବୀନ ଓଡ଼ିଶା ଗଢ଼ିବା ପାଇଁ ଦଳର ସଦସ୍ୟମାନେ ଶପଥ ନେଇଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜ୍ୟର ପ୍ରଗତି ସହ ନାରୀ ସଶକ୍ତୀକରଣ ଏବଂ ଲୋକଙ୍କ କଲ୍ୟାଣ କ୍ଷେତ୍ରରେ ତାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ମନେ ପକାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ସର୍ବାଙ୍ଗୀଣ ଉନ୍ନତି, ଓଡ଼ିଆ ସ୍ୱାଭିମାନର ସୁରକ୍ଷା ସହ ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବାରେ ବିଜୁଙ୍କ ଅତୁଳନୀୟ ଅବଦାନ ସର୍ବଦା ଲୋକଙ୍କ ହୃଦୟରେ ସ୍ମରଣୀୟ ହୋଇରହିବ ।
ବିଜୁଙ୍କ ଶ୍ରାଦ୍ଧ ଦିବସ ଅବସରରେ ସୋମବାର ସକାଳ ୬ଟାରେ ଭୁବନେଶ୍ୱର ସ୍ଥିତ ବିନ୍ଦୁ ସାଗରରେ ତିଳତର୍ପଣ କରାଯାଇଥିଲା । ରାଜ୍ୟର ବିଭିନ୍ନ ସ୍ଥାନରେ ତିଳତର୍ପଣ, ପ୍ରଭାତଫେରି ଓ ସମୂହ ସଫେଇ ଅଭିଯାନ ସହ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତିସଭା, ରକ୍ତଦାନ ଶିବିର, ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସେହିପରି ଅପରାହ୍ଣରେ ସମୂହ ଦୀପଦାନ କରାଯାଇଛି । ଭୁବନେଶ୍ୱର ବିଜୁ ପଟ୍ଟନାୟକ ଉଦ୍ୟାନରେ ଥିବା ପ୍ରତିମୂର୍ତ୍ତିରେ ଦଳୀୟ ନେତୃବୃନ୍ଦ ମାଲ୍ୟାର୍ପଣ କରିଥିଲେ । ବିମାନବନ୍ଦର ଛକ ନିକଟ ପ୍ରତିମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା । ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ କରି ଦଳୀୟ ନେତା ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ସେହିପରି କ୍ୟାପିଟାଲ ହସ୍ପିଟାଲରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ବହୁସ୍ଥାନରେ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ବିଜେଡିର ବରିଷ୍ଠ ବିଧାୟକ ଦେବୀପ୍ରସାଦ ମିଶ୍ର, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ସଞ୍ଜୟ କୁମାର ଦାସବର୍ମା, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ନାରାୟଣ ଜେନା, ପ୍ରଫୁଲ୍ଲ ସାମଲ, ଅରୂପ ପଟ୍ଟନାୟକଙ୍କ ସମେତ ବହୁ କର୍ପୋରେଟର ଭୁବନେଶ୍ୱରରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଅପରାହ୍ଣରେ ରାମମନ୍ଦିରେ ସମୂହ ଦୀପଦାନ କରାଯାଇଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *