ସହିଦ ଦେବାଶିଷ ପରିବାରକୁ ୨୫
ଲକ୍ଷ ସହାୟତା
ଭୁବନେଶ୍ୱର, ୨୧ା୪(ବୁ୍ୟରୋ): ଜାମ୍ମୁ କାଶ୍ମୀରର ପୁ‚ରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ଅମ୍ଳାନ ସ୍ମୃତି ଉଦେ୍ଦଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଚଳି ଅର୍ପଣ କରିବା ସହିତ ସହିଦ ଦେବାଶିଷ ବିଶ୍ୱାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସହିଦ ଦେବାଶିଷ ବିଶ୍ୱାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।