କୋଭିଡ୍ ସଂକ୍ରମଣ ହ୍ରାସ

ନୂଆଦିଲ୍ଲୀ (ଏଜେନ୍ସି): କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୬ ହଜାର ତଳକୁ ଖସିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ ରହିଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୮୭୪ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୨୫ ମୃତୁ୍ୟ ରିପୋର୍ଟ କରାଯିବା ଫଳରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୫୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୪୩,୬୪,୮୪୧ । ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି । ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୬୬,୨୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତକାଲି ୧,୭୭,୨୮୧ ନମୁନା ପରୀକ୍ଷା କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *