ଅତି ଭୀଷଣ ହେଲା ମୋକା

ଭୁବନେଶ୍ୱର,୧୨ା୫(ବୁ୍ୟରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁ·ପ ଗଭୀର ଅବପାତରେ ପରିଣତ ହେବା ପରେ ଗୁରୁବାର ବାତ୍ୟା (ମୋକା)ରେ ପରିଣତ ହୋଇ ଶୁକ୍ରବାର ଦକ୍ଷିଣ-ପୂର୍ବ ଓ ତତ୍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅତିଭୀଷଣ ବାତ୍ୟାରେ ପରିଣତ ହୋଇଛି । ପବନର ବେଗ ଘଣ୍ଟାପ୍ରତି ୧୫୦ ରୁ ୧୬୦ କିମି ତଥା ସର୍ବାଧିକ ୧୭୫ କିମି ସହ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଉତ୍ତର ମିଅାଁମାର ଉପକୂଳ ୧୪ ତାରିଖ ମଧ୍ୟାହ୍ନ ସମୟରେ ଅତିକ୍ରମ କରିବା ସମ୍ଭାବନା ରହିଛି । ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୯ କିମି ବେଗରେ ଉତ୍ତର ଆଡ଼କୁ ଗତି କରୁଛି । ପୋର୍ଟବ୍ଲେୟାରଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୫୨୦ କିମି, ବଙ୍ଗଳାଦେଶର କକ୍ସ ବଜାରଠାରୁ ଦକ୍ଷିଣ ଦକ୍ଷିଣ ପଶ୍ଚିମ ଦିଗରେ ୧୦୧୦ କିମି ଏବଂ ମିଆଁମାରର ସ୍ୱଇଟେଠାରୁ ସମାନ ଦିଗରେ ୯୩୦ କିମି ଦୂରରେ ସକ୍ରିୟ ରହିଛି । ଏହା ଧୀରେ ଧୀରେ ଦିଗ ପରିବର୍ତ୍ତନ କରି ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ଏକ ଅତି ଭୀଷଣ ବାତ୍ୟା ଭାବେ ୧୪ ତାରିଖ ମଧ୍ୟାହ୍ନ ସମୟରେ ଦକ୍ଷିଣପୂର୍ବ ବଙ୍ଗଳଦେଶ ଏବଂ ଉତ୍ତର ମିଆଁମାର ଉପକୂଳକୁ କକ୍ସ ବଜାର (ବଙ୍ଗଳଦେଶ) ଏବଂ କ୍ୟାୟପିୟୁ (ମିଆଁମାର) ମଧ୍ୟରେ ମିଆଁମାରର ସ୍ୱଇଟେ ନିକଟରେ ସ୍ଥାୟୀ ପବନ ଘଣ୍ଟାପ୍ରତି ୧୫୦ ରୁ ୧୬୦ ସର୍ବାଧିକ ୧୭୫ କିମି ସହ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ଦିଘା ଅଞ୍ଚଳରେ ଏନ୍ଡିଆର୍ଏଫ୍ର ୮ ଟି ଟିମ୍ ସଜାଗ୍ କରାଯାଇଛି । ମୋକା ପ୍ରଭାବରେ ଶୁକ୍ୱରା ରାଜ୍ୟର ଅଧିକାଂଶ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିଥିଲା । ଆସନ୍ତାକାଲି ତାତିର ସାମନ୍ୟ ଅଶ୍ୱସ୍ଥି ମିଳିବ । ତେବେ ୧୫ ତାରିଖ ଠାରୁ ତାତିର ପରିମାଣ ଅସ୍ୱଭାବିକ୍ ଭାବେ ବୃଦ୍ଧି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *