ବିଏସ୍କେୱାଇରେ ଆଉ ୮୬୧ ହସ୍ପିଟାଲ୍
ରୋଗୀ ସହାୟତା ପାଇଁ ୬୧୪ ସ୍ୱାସ୍ଥ୍ୟ ମିତ୍ର, ୬୫ ଜିଲ୍ଲା ସଂଯୋଜକ ନିୟୋଜିତ
ଭୁବନେଶ୍ୱର,୧୬ା୫(ବୁ୍ୟରୋ): ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମ ନ୍ତେ ଓଡିଶା ସରକାରଙ୍କ ଅନନ୍ୟ ପ୍ରଚେଷ୍ଟା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ଇତି ମଧ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି । ଯୋଜନାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅନ୍ତରୀଣ ସମୀକ୍ଷାରୁ ଏହା ଜଣାପଡିଛି । ପ୍ରାପ୍ତ ସୂଚନାରୁ ଜଣାପଡିଛି, ଚଳିତ ମାସ ସୁଦ୍ଧା ଏହି ଯୋଜନାରେ ୬୮୧ଟି ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲକୁ ସାମିଲ୍ କରାଯାଇଛି । ତାଲିକାଭୁକ୍ତ ହସ୍ପିଟାଲ୍ ମଧ୍ୟରୁ ୫୫୫ଟି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ, ୧୨୬ଟି ଅନ୍ୟ ରାଜ୍ୟରେ ଅବସ୍ଥିତ । ବିଶେଷତଃ ଆସାମ, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଦିଲ୍ଲୀ, ଗୁଜୁରାଟ, ପଞ୍ଜାବ, ତାମିଲନାଡୁ, ହରିୟାଣା, ଉତ୍ତର ପ୍ରଦେଶ, ଝାଡଖଣ୍ଡ, ରାଜସ୍ଥାନ, ତେଲେଙ୍ଗାନା ଏବଂ ଉତ୍ତରାଖଣ୍ଡ ଆଦି ରାଜ୍ୟର ପ୍ରସିଦ୍ଧ ସୁପର ସ୍ପେସାଲିଟି ହସ୍ପିଟାଲଗୁଡିକୁ ବିଏସ୍କେୱାଇ ଯୋଜନାରେ ସାମିଲ କରାଯାଇଛି । ଶ୍ରୀଶଙ୍କର କ୍ୟାନସର୍ ପ୍ରତିଷ୍ଠାନ, ଟାଟା ମେଡିକାଲ ସେଣ୍ଟର୍, ଟାଟା ମେମୋରିଆଲ୍ ହସ୍ପିଟାଲ ଗ୍ରୁପ୍, ଫୋର୍ଟିସ୍ ହେଲଥ୍ କେୟାର ଗ୍ରୁପ୍, ଖ୍ରୀଷ୍ଟିୟାନ୍ ମେଡିକାଲ କଲେଜ ଓ ନାରାୟଣ ହୃଦାଳୟ ପରି ବିଶ୍ୱସ୍ତରୀୟ ହସ୍ପିଟାଲ ମଧ୍ୟ ବିଏସ୍କେୱାଇ ଅନ୍ତର୍ଭୁକ୍ତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରୋଗୀମାନଙ୍କୁ ସହାୟତା ପାଇଁ ତାଲିକାଭୁକ୍ତ ହସ୍ପିଟାଲ ସ୍ତରରେ ୬୬୮ ଛାମୁଆ କର୍ମ·ରୀ ନିୟୋଜିତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୪ ଜଣ ସ୍ୱାସ୍ଥ୍ୟ ମିତ୍ର ଏବଂ ୬୫ ଜଣ ଜିଲ୍ଲା ସଂଯୋଜକ ଭାବେ କାର୍ଯ୍ୟରତ । ଏହାଛଡା ହସ୍ପିଟାଲରେ ନିର୍ବିଘ୍ନ ରୋଗୀ ସେବା ପରି·ଳନା ନିମନ୍ତେ ୧୧୬ ଜଣ ଅଭିଜ୍ଞ ଓ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ କର୍ତ୍ତବ୍ୟରତ ଅଛନ୍ତି । ସମୁଦାୟ ବ୍ୟବସ୍ଥାକୁ ଏକ ଅତ୍ୟାଧୁନିକ ଅନ୍ଲାଇନ ୱେବ୍ ପୋର୍ଟାଲ୍ ମାଧ୍ୟମରେ ପ୍ରକୃତ ସମୟ (ରିୟଲ୍ ଟାଇମ୍) ଭିତ୍ତିିରେ ତଦାରଖ ଓ ପରି·ଳନା କରାଯାଉଛି ।
ତାଲିକାଭୁକ୍ତ ହସ୍ପିଟାଲଗୁଡିକର ସୂଚନା ଡବ୍ଲୁ୍ୟଡବ୍ଲୁ୍ୟଡବ୍ଲୁ୍ୟ ଡଟ୍ ବିଏସ୍କେୱାଇ ଡଟ୍ ଗଭ୍ ଡଟ୍ ଇନ୍ରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସନ୍ନିବେଶିତ କରାଯାଇଛି । ବାହାର ରାଜ୍ୟରେ ରହୁଥିବା ଓଡିଶାର ବିଏସ୍କେୱାଇ କାର୍ଡଧାରୀଙ୍କୁ ଏହି ୱେବ୍ ସାଇଟରେ ବିଏସ୍କେୱାଇ ତାଲିକାଭୁକ୍ତ ହସ୍ପିଟାଲ ନାମ ଦେଖି ଯିବା ପାଇଁ ପରାମର୍ଶ ଦିଆଯାଇଛି ।