ରାଜ୍ୟରେ ୮ଠଠଠ କୋଟିର ରେଳ ପ୍ରକଳ୍ପ

ନୂଆଦିଲ୍ଲୀ, ୧୭ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନି୍ସଂ ମାଧ୍ୟମରେ ଗୁରୁବାର ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ ।
ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ପୁରୀ-ହାୱଡା ବନେ୍ଦ ଭାରତ ଏକ୍ସପ୍ରେସକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହି ଟ୍ରେନ୍‌ ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲା ଏବଂ ପଶ୍ଚିମବଙ୍ଗର ପଶ୍ଚିମ ମେଦିନୀପୁର, ପୂର୍ବ ମେଦିନୀପୁର ଜିଲ୍ଲା ଦେଇଯିବ । ଏହି ଟ୍ରେନ୍‌ ରେଳଯାତ୍ରୀଙ୍କୁ ଦ୍ରୁତ, ଆରାମଦାୟକ ଏବଂ ସୁବିଧାଜନକ ଭ୍ରମଣ ଅଭିଜ୍ଞତା ପ୍ରଦାନ କରିବ, ପର୍ଯ୍ୟଟନକୁ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳର ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ ।
ପ୍ରଧାନମନ୍ତ୍ରୀ ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୁନଃବିକାଶ ହେଉଥିବା ଷ୍ଟେସନଗୁଡିକରେ ରେଳ ଯାତ୍ରୀମାନଙ୍କୁୁ ବିଶ୍ୱ ସ୍ତରର ଅଭିଜ୍ଞତା ପ୍ରଦାନ କରୁଥିବା ସମସ୍ତ ଆଧୁନିକ ସୁବିଧା ରହିବ ।
ଓଡ଼ିଶାରେ ରେଳ ନେଟୱର୍କର ୧୦୦% ବିଦୁ୍ୟତୀକରଣକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ । ଏହା ଅପରେଟିଂ ଏବଂ ରକ୍ଷଣାବେକ୍ଷଣ ମୂଲ୍ୟ ହ୍ରାସ କରିବ ଏବଂ ଆମଦାନୀ ହେଉଥିବା ଅଶୋଧିତ ତୈଳ ଉପରେ ର୍ନର୍ଭରଶୀଳତା ହ୍ରାସ କରିବ ।
ପ୍ରଧାନମନ୍ତ୍ରୀ ସମ୍ବଲପୁର-ଟିଟିଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ-ସୁକିନ୍ଦା ମଧ୍ୟରେ ଏକ ନୂତନ ବ୍ରଡ୍ ଗେଜ ରେଳ ଲାଇନ, ମନୋହରପୁର-ରାଉରକେଲା-ଝାରସୁଗୁଡା-ଜାମଗା ମଧ୍ୟରେ ତୃତୀୟ ଲାଇନ୍‌ ଏବଂ ବିଛୁପାଲି-ଝାରତରଭା ମଧ୍ୟରେ ନୂତନ ବ୍ରଡ-ଗେଜ୍‌ ଲାଇନର ଲୋକାର୍ପଣ କରିବେ । ଓଡିଶାର ଇସ୍ପାତ ଏବଂ ଖଣି କ୍ଷେତ୍ରରେ ଦ୍ରୁତ ଶିଳ୍ପ ବିକାଶ ହେତୁ ଏଗୁଡିକ ବର୍ଦ୍ଧିତ ପରିବହନ ଚାହିଦା ପୂରଣ କରିବ ଏବଂ ଏହି ରେଳ ସେକ୍ସନରେ ଯାତ୍ରୀ ପରିବହନ ଉପରେ ଚାପକୁ ମଧ୍ୟ ହ୍ରାସ କରିବାରେ ସାହାଯ୍ୟ କରିବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *