ଓଡିଶା ଆସିବେ ଶାହା, ନଡ୍ଡା

ଭୁବନେଶ୍ୱର,୨ା୬(ବୁ୍ୟରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଗସ୍ତରେ ଆସିବେ । ଯଦିଓ ଅମିତ ଶାହା ଓ ଜେପି ନଡ୍ଡାଙ୍କ ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ ହୋଇସାରିଛି, ତେବେ ପ୍ରଧାନମନ୍ତ୍ରୀ କେଉଁ ଦିନ ଓଡିଶା ଗସ୍ତରେ ଆସିବେ ତାହାର କାର୍ଯ୍ୟସୂଚୀ ବର୍ତ୍ତମାନ ସୁଦ୍ଧା ସ୍ଥିର ହୋଇପାରି ନାହିଁ ।
ଆସନ୍ତା ୧୭ ତାରିଖରେ ଅମିତ ଶାହା ଏବଂ ୨୨ ତାରିଖରେ ଜେପି ନଡ୍ଡା ଓଡିଶା ଗସ୍ତରେ ଆସିବେ । ଏତଦ୍ ବ୍ୟତୀତ ଆସନ୍ତା ଏକ ମାସ ମଧ୍ୟରେ ଅନେକ କେନ୍ଦ୍ର ମନ୍ତ୍ରୀ ଓଡିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ସୂଚନା ଦେଇଛନ୍ତି । ଶ୍ରୀ ସାମଲ କହିଛନ୍ତି, ମୋଦି ସରକାରଙ୍କ ସେବା, ସୁଶାସନ ଓ ଗରୀବ କଲ୍ୟାଣର ଗତ ୯ ବର୍ଷର ସଫଳତାକୁ ଘରେ ଘରେ ପହଞ୍ଚାଇବା ପାଇଁ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜଗତ୍ ପ୍ରକାଶ ନଡ୍ଡାଙ୍କ ନିଦେ୍ର୍ଦଶକ୍ରମେ ମେ’ ୩୧ରୁ ଜୁନ୍ ୩୦ ପର୍ଯ୍ୟନ୍ତ ଏକ ମାସ ବ୍ୟାପୀ ‘ମହା ଜନସଂପର୍କ ଅଭିଯାନ’ ଜାରି ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଆଜମେରଠାରେ ମହାରାଲି କରି ଏହି ଅଭିଯାନର ଶୁଭାରମ୍ଭ କରଛନ୍ତି । ଆଗାମୀ ୧ ମାସରେ ସମଗ୍ର ଦେଶରେ ଏହି ଭଳି ୫୧ଟି ମହାରାଲିର ଆୟୋଜନ କରାଯିବ । କେନ୍ଦ୍ରର ଶୀର୍ଷ ନେତୃତ୍ୱ ଏହି ଅଭିଯାନରେ ସାମିଲ ହେବେ । ଏହି କ୍ରମରେ ଓଡିଶାରେ ୪ଟି ମହାସଭା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପ୍ରମୁଖ ଯୋଗ ଦେବେ । ଏଥି ସହ ରାଜ୍ୟରେ ୧୦୦୦ ରୁ ଉଦ୍ଧ୍ୱର୍ ଜନସଭା ଅନୁଷ୍ଠିତ ହେବ ।
ରାଜ୍ୟରେ ଡବଲ୍ ଇଂଜିନ ସରକାର ପାଇଁ ୧ କୋଟି ପରିବାରକୁ ସମସ୍ତ ୩୭୬୦୬ ବୁଥ୍ର ୫ ଲକ୍ଷ କାର୍ଯ୍ୟକର୍ତା ଭେଟି ମୋଦି ସରକାରଙ୍କ ସଫଳତା ବିଷୟରେ ଚର୍ଚ୍ଚା କରିବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।
ରାଜ୍ୟରେ ମହା ଜନସଂପର୍କ ଅଭିଯାନକୁ ସଫଳ କରିବା ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଆବାହକତ୍ୱରେ ଏକ ରାଜ୍ୟ କମିଟି ଗଠନ କରାଯାଇଛି । ଭାରତୀୟ ଜନତା ପାର୍ଟି ୫୪୩ ଲୋକସଭା କ୍ଷେତ୍ରକୁ ୧୪୪ଟି କ୍ଲଷ୍ଟରରେ ବିଭକ୍ତ କରିଛି । ପ୍ରତ୍ୟେକ କ୍ଲଷ୍ଟରରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତୃବୃନ୍ଦ ୮ ଦିନ ବିତାଇବେ ।
ଓଡିଶାର ୨୧ଟି ଲୋକସଭା କ୍ଷେତ୍ରକୁ ସମୁଦାୟ ୬ଟି କ୍ଲଷ୍ଟରରେ ବିଭକ୍ତ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ, ଅର୍ଜୁନ ମୁଣ୍ଡା, ନିତ୍ୟାନନ୍ଦ ରାୟଙ୍କ ସମେତ ଓଡିଶାର ୩ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶର ଟୁଡୁ ଏହି ମହା ଜନସଂପର୍କ ଅଭିଯାନରେ ସାମିଲ ହେବେ ବୋଲି ଶ୍ରୀ ସାମଲ କହିଛନ୍ତି । ୯ବର୍ଷର ସଫଳତାକୁ ନେଇ ପାର୍ଟୀ ତରଫର୍ୁ ଏକ ୱେବସାଇଟ୍ ଲଞ୍ଚ କରାଯାଇଛି । ଜନସଂପର୍କ ଏବଂ ଜନତାଙ୍କଠାରୁ ସମର୍ଥନ ପାଇଁ ଭାରତୀୟ ଜନତା ପାର୍ଟି ଏକ ମିସ୍ଡ କଲ୍ ନମ୍ବର ୯୦୯୦୯୦୨୦୨୪ ଲଞ୍ଚ କରାଯାଇଛି । ଘର ଘର ସଂପର୍କ ଅବସରରେ ସମସ୍ତ ନେତୃବୃନ୍ଦ ଘର ଘର ଯାଇ ଲୋକଙ୍କୁ ୯ ବର୍ଷର ସଫଳତା ବିଷୟରେ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଉପରେ ଆସ୍ଥା ଅତୁଟ ରଖିବା ପାଇଁ ଜନତାଙ୍କ ସମର୍ଥନ ଲୋଡିବେ । ଅଭିଯାନ ଅବସରରେ ୨୧ ଜୁନ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରତ୍ୟେକ କାର୍ଯ୍ୟକ୍ରମ ସ୍ଥଳରେ କେନ୍ଦ୍ର ସରକାରଙ୍କ ୯ ବର୍ଷର ସଫଳତାକୁ ନେଇ ପ୍ରଦର୍ଶନୀ ଆୟୋଜିତ ହେବ ।
ଜୁନ୍ ୨୩ ତାରିଖ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ପୁଣ୍ୟ ତିଥି ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଡିଜିଟାଲ ର୍ୟାଲି ମାଧ୍ୟମରେ ଦେଶର ୧୦ ଲକ୍ଷ ବୁଥ୍ ରେ ସମର୍ଥକ, ସମାଜରେ କାର୍ଯ୍ୟ କରୁଥିବା ବ୍ୟକ୍ତି ଏବଂ ପାର୍ଟି କାର୍ଯ୍ୟକର୍ତ୍ତାଙ୍କ ସହ ସିଧାସଳଖ କଥାବାର୍ତ୍ତା ଓ ସଂପର୍କ କରିବେ ବୋଲି ଶ୍ରୀ ସାମଲ କହିଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *