ଗ୍ରାଉଣ୍ଡ୍ ଜିରୋରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୬(ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସକାଳୁ ସକାଳୁ ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ପରେ ସେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଚିକିତ୍ସାଧୀନ ଆହତଙ୍କୁ ସାକ୍ଷାତ କରି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।
ଟ୍ରେନ୍ ଦୁର୍ଘଟଣା ପରେ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ଧାର ଓ ଚିକିତ୍ସା ପାଇଁ ତତ୍ପରତା ପ୍ରକାଶ ପାଇଥିଲା । ଏଭଳି ସ୍ପର୍ଶକାତର ଘଟଣାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କୁ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଥିଲେ । ଦୁହେଁ ତୁରନ୍ତ ଦୁର୍ଘଟଣା ସ୍ଥଳରେ ପହଞ୍ଚି ରେସ୍କୁ୍ୟ ଓ ରିଲିଫ୍ କାର୍ଯ୍ୟ ଅନୁଧ୍ୟାନ କରୁଛନ୍ତି ।
ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କଣ୍ଟ୍ରୋଲ ରୁମ ଖୋଲାଯିବା ସହ ହେଲ୍ପଲାଇନ୍ ନମ୍ବର ୬୭୮୨୨୬୨୨୮୬ ଜାରି କରାଯାଇଥିଲା । ବିଳମ୍ବିତ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟ୍ରୋଲ ରୁମ୍ ପରିଦର୍ଶନ କରି ଦୁର୍ଘଟଣା ସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ସମସ୍ତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇଦେବାକୁ ପ୍ରଶାସନକୁ ନିଦେ୍ର୍ଦଶ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *