ଆଜିଠୁ ପ୍ରାକ୍ ମୌସୁମୀ ବର୍ଷା

ତାତିରୁ ତ୍ରାହି
ଭୁବନେଶ୍ୱର,୨୦ା୬(ବୁ୍ୟରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୁଳ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବା ସହ ତାତିରୁ ଆଶ୍ୱସ୍ତି ମିଳିବ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବୁଧବାର ୨୭ ଜିଲ୍ଲାରେ ବର୍ଷା ହେବାର ପୂର୍ବନୁମାନ କରାଯାଇଛି । ଆସନ୍ତା ୨୩ ଓ ୨୪ ତାରିଖରେ ରାଜ୍ୟରେ ଅଧିକାଂଶ ଜିଲ୍ଲାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣଇପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ରହିବ । ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଜୁନ୍ ୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବୟ ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୩ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଜୁନ୍ ୨୪ ତାରିଖରେ ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଦେବଗଡ଼, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର ଓ ବରଗଡ଼ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *