ସାରା ରାଜ୍ୟରେ ମୌସୁମୀ

ଭୁବନେଶ୍ୱର,୨୩ା୬(ବୁ୍ୟରୋ): ସମଗ୍ର ରାଜ୍ୟକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ ଉତ୍ତର ବଙ୍ଗେପସାଗର ଏବଂ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ପ୍ରାପ୍ତ ସୂଚନା ଅନୁଯାୟୀ, ୨୪ ତାରିଖରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼ା, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରୁସୁଗୁଡ଼ାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ଆସନ୍ତା ୨୬ ତାରିଖରେ ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ସର୍ତକ ସୂଚନା ଜାରି କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *