୨ ଦିନ ପ୍ରବଳ ବର୍ଷା
୩ଠ ଜିଲ୍ଲାରେ ମୌସୁମୀ ସକ୍ରିୟ
ଭୁବନେଶ୍ୱର,୨୫ା୬(ବୁ୍ୟରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାର ବର୍ଷା ଲାଗି ରହିଛି । ସୋମବାର ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷାର ପରିମାଣ ବୃଦ୍ଧି ପାଇବ । କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ୍ ଅନୁଯାୟୀ, ରବିବାର ମୌସୁମୀ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରେ ସର୍ବାଧିକ ୧୫୨ ମି.ଲି ବର୍ଷା ହୋଇଥିବା ବେଳେ ବୌଦ୍ଧରେ ୬୨ ଏବଂ ଢେଙ୍କାନାଳରେ ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, ଅନୁଗୁଳ, କେନ୍ଦୁଝର, ନୂଆପଡା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ଦୁଇ ଦିନ ପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି ।