ସବୁ କର୍ମଚାରୀଙ୍କୁ ବିପର୍ଯ୍ୟୟ ତାଲିମ

ଭୁବନେଶ୍ୱର,୨୬ା୬(ବୁ୍ୟରୋ) : ଗତ ୨୯ ମେ, ୨୦୨୧ରେ ରାଜ୍ୟ ମନ୍ତ୍ରୀ ପରିଷଦର ଏକ ଐତିହାସିକ ନିଷ୍ପତ୍ତିକ୍ରମେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ଠାରୁ ଆରମ୍ଭ କରି ଗ୍ରୁପ୍-ଡି ପର୍ଯ୍ୟନ୍ତ ସମସ୍ତ କର୍ମ·ରୀଙ୍କୁ ବିପର୍ଯ୍ୟୟ ଏବଂ ମହାମାରୀ ପରି·ଳନା ସମ୍ବନ୍ଧୀୟ ତାଲିମ ଦିଆଯିବ । ଏହି ନିଷ୍ପତ୍ତି ଅନୁପାଳନପୂର୍ବକ ବିପର୍ଯ୍ୟୟ ଏବଂ ମହାମାରୀ ପରି·ଳନା ନିମନ୍ତେ ଉକ୍ତ ବିଷୟ ସମ୍ବନ୍ଧୀୟ ପାଠ୍ୟକ୍ରମ ବିକଶିତ କରାଯାଉଛି । ଗ୍ରୁପ୍-ଡି ସ୍ତରର ସମସ୍ତ କର୍ମ·ରୀଙ୍କ ପାଇଁ ଯେଉଁ ପାଠ୍ୟକ୍ରମ ନିର୍ଦ୍ଧାରିତ ହେବ, ତାହା କ୍ରମାଗତ ଭାବେ ବୃଦ୍ଧି ହୋଇ ଗ୍ରୁପ୍-ଏ ସ୍ତରର କର୍ମ·ରୀମାନେ ମଧ୍ୟ ସମସ୍ତ ପାଠ୍ୟକ୍ରମକୁ ସଂପୂର୍ଣ୍ଣ କରିବେ ।
ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରି·ଳନା କର୍ତ୍ତୃପକ୍ଷ , ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ଓ ଉଚ୍ଚଶିକ୍ଷା ବିଭାଗର ସହଭାଗିତାରେ ଏକ ତ୍ରିପାକ୍ଷିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସ୍ଆର୍ସି ସତ୍ୟବ୍ରତ ସାହୁ, ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ, ସୂଚନା ଓ ଲୋକସଂପର୍କ ବିଭାଗର ନିଦେ୍ର୍ଦଶକ ସରୋଜ କୁମାର ସାମଲ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁରର କୁଳପତି ପ୍ରଫେସର ଅର୍କ କୁମାର ଦାସମହାପାତ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା ।
ଓସ୍ଡମା ପକ୍ଷରୁ ପରି·ଳନା ନିଦେ୍ର୍ଦଶକ ଡ. ଜ୍ଞାନ ଦାସ, ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ସଚିବ ବୀରେନ୍ଦ୍ର କୋରକରା ଏବଂ ଓଡ଼ିଶା ରାଜ୍ୟ ମୁକ୍ତ ବିଦ୍ୟାଳୟ, ସମ୍ବଲପୁରଙ୍କ ପକ୍ଷରୁ ରେଜିଷ୍ଟ୍ରାର ପ୍ରଫେସର ମାନସ ରଞ୍ଜନ ପୂଜାରୀ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।
ତାଲିମ୍, ଦକ୍ଷତା ବୃଦ୍ଧି ଏବଂ ପାଠ୍ୟକ୍ରମ ପ୍ରସ୍ତୁତ କରିବାରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ବୈଷୟିକ ସହାୟତା ପ୍ରଦାନ କରିବ । ବିପର୍ଯ୍ୟୟ ପରି·ଳନା କ୍ଷେତ୍ରରେ ବିଭିନ୍ନ ବିଭାଗ ସ୍ତରୀୟ ସରକାରୀ (ଗ୍ରୁପ-ଏ, ଗ୍ରୁପ୍-ବି, ଗ୍ରୁପ-ସି ଏବଂ ଗ୍ରୁପ୍-ଡି) କର୍ମ·ରୀମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ମିଳିତ ପ୍ରୟାସର ମୁଖ୍ୟ ଉଦେ୍ଦଶ୍ୟ । ନିଦେ୍ର୍ଦଶାବଳୀ ଅନୁଯାୟୀ ଏହି ପାଠ୍ୟକ୍ରମକୁ ମୁକ୍ତ ଏବଂ ଦୂର ଶିକ୍ଷା ନିମନ୍ତେ ଶିକ୍ଷଣ ପରି·ଳନା ବ୍ୟବସ୍ଥା ପ୍ଲାଟଫର୍ମରେ ଅନ୍-ଲାଇନ୍ରେ ମାଧ୍ୟମରେ ଏହି ·ରିଗୋଟିର ଡିଜାଇନ୍ ଏବଂ ବିକାଶ କରାଯାଇଛି ।
ଏଥି ସହ ଶିକ୍ଷାର୍ଥୀମାନଙ୍କର ଡାଟାବେସ୍ ବିକାଶ, ସେମାନଙ୍କର ଅଗ୍ରଗତିକୁ ନିରୀକ୍ଷଣ କରିବା ଏବଂ ଅନଲାଇନ୍ ପାଠ୍ୟକ୍ରମର ସମାପ୍ତି ପରେ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ଏକ ୱେବ୍ ଆଧାରିତ ଆପ୍ଲିକେଶନ ବିକଶିତ କରାଯାଇଛି । ଅନଲାଇନ୍ ପାଠ୍ୟକ୍ରମକୁ ଅଧିକ ପ୍ରଭାବୀ ଏବଂ ଆଗ୍ରହପୂର୍ଣ୍ଣ କରିବା ନିମନ୍ତେ ଦୃଶ୍ୟ-ଶ୍ରାବ୍ୟ ପରି ଶିକ୍ଷଣ ସାମଗ୍ରୀ ଏବଂ ମଲ୍ଟିମିଡିଆ ଶିକ୍ଷଣ ପ୍ୟାକେଜ୍ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି । ବିପର୍ଯ୍ୟୟ ପରି·ଳନା ପାଠ୍ୟକ୍ରମର ଆବଶ୍ୟକତାଭିତ୍ତିକ ମୂଲ୍ୟାୟନ ପାଇଁ ଅଧିକାରୀମାନଙ୍କର ମୂଲ୍ୟାଙ୍କନ, ପ୍ରମାଣପତ୍ର ଏବଂ ଅଧ୍ୟୟନ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ତାଲିମ୍ଗୁଡିକ ପାଇଁ ମନୋନୀତ ଶିକ୍ଷାନୁଷ୍ଠାନରୁ ବିପର୍ଯ୍ୟୟ ପରି·ଳନାରେ ଦକ୍ଷତା ତଥା ଅଭିଜ୍ଞତା ଥିବା ଶିକ୍ଷକ ଏବଂ ଅଭିଜ୍ଞତାସଂପନ୍ନ କାର୍ଯ୍ୟରତ ବ୍ୟକ୍ତିଙ୍କୁ ଚୟନ କରାଯିବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *