ଗୁପ୍ତେଶ୍ୱର ପୀଠ ପାଇଁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨ା୭(ବୁ୍ୟରୋ): କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ ଓଡିଶାର ଅନ୍ୟତମ ପ୍ରମୁଖ ଧାର୍ମିକ ତଥା ଐତିହ୍ୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରାଯିବ । ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି ୫-ଟି ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି ।
ଏହି ପ୍ରକଳ୍ପରେ ମନ୍ଦିରର ମୁଖ୍ୟରାସ୍ତାର ଉନ୍ନତୀକରଣ ଓ ଆଲୋକୀକରଣ, ପାଦଚଲା ରାସ୍ତାରେ ଖଣ୍ଡାଲାଇଟ୍ସ ପଥର ବିଛାଇବା, ମନ୍ଦିର ପ୍ରବେଶ ଦ୍ୱାର ଓ ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟୀକରଣ,
ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ, ଭୂସ୍ଖଳନ ନିରୋଧ ଓ ପାହାଡ ସୁରକ୍ଷା ପାଇଁ ବ୍ୟବସ୍ଥା ସହିତ ବୃକ୍ଷରୋପଣ ମଧ୍ୟ କରାଯିବ ।
ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଫେବ୍ରୁଆରୀ ୩ରେ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ସେବକ, କମିଟିର ସଦସ୍ୟଗଣ, ଜନପ୍ରତିନିଧି ଓ ସ୍ଥାନୀୟ ଲୋକମାନଙ୍କ ସହ ଆଲୋଚନା କରି ମନ୍ଦିରର ଉନ୍ନତୀକରଣ ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ ନିଦେ୍ର୍ଦଶ ଦେଇଥିଲେ । ଜିଲ୍ଲାପାଳଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି ।