୧୬ରେ ଘୂର୍ଣ୍ଣିବଳୟ, ୧୮ରେ ଲଘୁଚାପ

ଭୁବନେଶ୍ୱର, ୧୩ା୭(ବୁ୍ୟରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁ·ପ ସୃଷ୍ଟି ପାଇଁ ଅନୁକୂଳ ହୋଇଛି ପାଗ । ୧୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁ·ପର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ସମ୍ଭାବନା । ୧୮ ତାରିଖ ବେଳକୁ ତାହା ଲଘୁଚାପରେ ପରିଣତ ହୋଇ ଉପକୂଳ ଆଡକୁ ଗତି କରିବ । ପ୍ରଭାବରେ ଓଡିଶାରେ ବଢିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ମୌସୁମୀ ନିମ୍ନ ·ପ ରେଖା ରାଜସ୍ଥାନର ଜୟସାଲମେରରୁ ବାହାରି ଦିଲ୍ଲୀ, ଲକ୍ଷ୍ନୌ, ମୁଜÿାଫରପୁର ଏବଂ ପଶ୍ଚିମବଙ୍ଗର ବଲୁରଘାଟରୁ ଉତ୍ତର-ପୂର୍ବଦିଗରେ ଆସାମ ମଧ୍ୟଦେଇ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି । ଏଥିସହିତ ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୁକ୍ରବାର ଅପରାହ୍ଣ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଙ୍ଗୋନାଳ, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଜୁନ ୧ ରୁ ଜୁଲାଇ ୧୩ ମଧ୍ୟରେ ୨୪୩.୯ ମିମି ବର୍ଷା ରେକର୍ଡ ହୋଇଛି । ସ୍ୱାଭାବିକ ବର୍ଷା ୩୩୪.୪ ମିମି ତୁଳନାରେ ଏହା ୨୭ ପ୍ରତିଶତ କମ । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୧୦.୮ ମିମି ତୁଳନାରେ ୫୩% କମ ରେକର୍ଡ ହୋଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *