ଆବୁଧାବୀରେ ହେବ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ୍

ନୂଆଦିଲ୍ଲୀ, ୧୫ା୭: ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି । ଏହା ଦ୍ୱାରା ଭାରତର ଶିକ୍ଷାର ଅନ୍ତର୍ଜାତୀୟକରଣ ଦିଗରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି ବୋଲି ଟ୍ୱିିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ପଦକ୍ଷେପ ନୂଆ ଭାରତର ନୂତନତ୍ୱ ଓ ଦକ୍ଷତା କ୍ଷେତ୍ରରେ ଏକ ଉଦାହରଣ । ୟୁଏଇରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ସ୍ଥାପନ ହେବା ଭାରତ ଏବଂ ୟୁଏଇ ବନ୍ଧୁତ୍ୱର ଏକ ପ୍ରତିଫଳନ । ଉକ୍ତ ପଦକ୍ଷେପ ଜାତୀୟ ଶିକ୍ଷା ନୀତିରେ କଳ୍ପନାକୁ ବାସ୍ତବର ସ୍ୱ ପୃଷ୍ଠା: ୫
ଆବୁଧାବୀରେ…
ରୂପ ଦେବ ତଥା ଉଭୟ ଦେଶର ପାରସ୍ପରିକ ସମୃଦ୍ଧି ଏବଂ ବିଶ୍ୱର ବିକାଶ ଦିଗରେ ଜ୍ଞାନଶକ୍ତିର ଉପଯୋଗ ପାଇଁ ନୂତନ ଢାଞ୍ଚା ସ୍ଥାପିତ କରିବ । ଭାରତ ଓ ୟୁଏଇର ରଣନୈତିକ ଭାଗିଦାରୀ ସୁଦୃଢ ହେବା ସହ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ଦିଲ୍ଲୀ ଆଇଆଇଟିଠାରେ ୟୁଏଇର ପ୍ରାଥମିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସାରା ମୁସଲ୍ଲମଙ୍କୁ ସାକ୍ଷାତ୍ କରିବା ଅବସରରେ ଆବୁଧାବୀରେ କ୍ୟାମ୍ପସ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ । ଗତ ୭ ତାରିଖରେ ତାଞ୍ଜାନିଆର ଜାଞ୍ଜିବରରେ ମାଡ୍ରାସ ଆଇଆଇଟିର ସର୍ବପ୍ରଥମ କ୍ୟାମ୍ପସ ପ୍ରତିଷ୍ଠା କରିବା ପାଇଁ ଏମ୍ଓୟୁ ସ୍ୱାକ୍ଷରିତ ହୋଇଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *