ପାଞ୍ଚ ଦିନ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ
ଭୁବନେଶ୍ୱର,୧୬ ।୭ (ବୁ୍ୟରୋ): ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗକୁ ଲାଗିଥିବା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇ ଦିନ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ । ୧୮ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଲଘୁଚାପର ରୂପ ନେଇପାରେ । ଫଳରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ସୋନପୁର, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଦେବଗଡ଼, କଳାହାଣ୍ଡି, ବରଗଡ଼ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖରେ ଗାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୨୦ ସେମି ପର୍ଯ୍ୟନ୍ତ) ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ସବୁ ଜିଲ୍ଲା ପାଇଁ ଅରେ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୧୧ ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ସହ ୨୭ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୧୩ ଦଶମିକ ୫ ମିଲିମିଟର ତୁଳନାରେ ୧୦୩ ପ୍ରତିଶତ ଅଧିକ । ସେହିପରି ଗତ ୨୪ ଘଣ୍ଟାରେ ଝାରସୁଗୁଡା କିରମରାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ୧୧ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।
ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ ପରେ ସତର୍କ କରିଛନ୍ତି ଏସଆରସି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ଆଶଙ୍କା ରହିଛି । ତେଣୁ କ୍ଷେତ୍ର ସରକାରୀ କର୍ମ·ରୀଙ୍କୁ ହେଡକାର୍ଟର ନଛାଡ଼ିବାକୁ ନିଦେ୍ର୍ଦଶ ଦିଆଯାଇଛି ।