ଆଉ ଏକ ଲଘୁଚାପ ୨ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୯ା୭(ବୁ୍ୟରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁ·ପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ ବର୍ଷା ଲାଗି ରହିଛି । ଏହି ସମୟରେ ଆଉ ଏକ ଲଘୁ·ପ ସୃଷ୍ଟି ହୋଇଛି । ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଛି ଏହି ଲଘୁ·ପ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ମୟୁରଭଞ୍ଜ, ଯାଜପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଜୁଲାଇ ୩୧ ସୁଦ୍ଧା ରାଜ୍ୟର କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଓ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଏପରି ସ୍ଥିତି ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *