୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଗଭୀର ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର, ୧ା୮(ବୁ୍ୟରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁ·ପ ଗଭୀର ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ ଦୀଘାଠାରୁ ପୂର୍ବରେ ୪୨୦ କିମି ଦୂରରେ ଏହା କେନ୍ଦ୍ରୀଭୂତ ହେବା ପରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଉତ୍ତରପଶ୍ଚିମ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଅତିକ୍ରମ କରିଛି; ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ମୁହାଁଇବ ।
ଗଭୀର ଅବପାତ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଭୀଷଣ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଦେଇଛି ସୂଚନା । ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟରୁଭଞ୍ଜ ଏହି ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ଅତି ପ୍ରବଳବର୍ଷା ନେଇ ଯାଜପୁର, ଭଦ୍ରକ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ପଶ୍ଚିମ ଓଡ଼ିଶାର ଉତ୍ତର ଭାଗରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୨୫୯.୨ ମିମି ବର୍ଷା ହୋଇ ୨୬ ବର୍ଷର ରେକର୍ଡ ଭାଙ୍ଗିଛି । ୧୯୯୭ ଅଗଷ୍ଟ ୨୦ରେ ୨୫୪.୨ ମିମି ବର୍ଷା ରେକର୍ଡ ହୋଇଥିଲା । ରାଜଧାନୀ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ବର୍ଷା ସାଙ୍ଗକୁ ୩ ଘଣ୍ଟାରେ ପ୍ରାୟ ୨୫ହଜାରରୁ ଅଧିକ ବିଜୁଳି ମାରିଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *