ଜୀବିକାରେ ଆସିବ ସ୍ଥାୟିତ୍ୱ

‘ମୋ ଜଙ୍ଗଲ ଜମି’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୯ା୮(ବୁ୍ୟରୋ): ବିଶ୍ୱ ଆଦିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ମୋ ଜଙ୍ଗଲ ଜମି ଯୋଜନା’ର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ୱାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହା ସହିତ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ୱ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ । ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁଗୁଡିକୁ ରାଜସ୍ୱ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ ।
ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଜନଜାତି ଭାଇଭଉଣୀମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ । କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଉଛି । ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ୱୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ୱ ଆଣିବାରେ ମଧ୍ୟ ଏହା ସହାୟକ ହେବ ।
ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ, ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସ୍ୱତ୍ୱ ପ୍ରଦାନ କରାଯାଇଛି । ସେହିପରି ୪ ହଜାରରୁ ଅଧିକ ଗ୍ରାମସଭାକୁ ଗୋଷ୍ଠୀ ଅଧିକାର ଦିଆଯାଇଛି । ସର୍ଭେ ହୋଇ ନଥିବା ଜଙ୍ଗଲ ଗାଁ ଗୁଡିକୁ ମଧ୍ୟ ରାଜସ୍ୱ ଗ୍ରାମର ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଜାରି ରହିଛି ।
ପ୍ରଥମରୁ ତାଙ୍କ ସରକାର ଜନଜାତି ମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧ ବୋଲି ପ୍ରକାଶ କରି ସେ କହିଥିଲେ, ୨୦୦୦ ମସିହାରେ ତାଙ୍କ ସରକାର ଯେତେବେଳେ ପ୍ରଥମେ ଓଡିଶାରେ ସେବା ଦାୟିତ୍ୱ ଗ୍ରହଣ କଲା, ସେତେବେଳେ ତାଙ୍କ ସରକାରର ପ୍ରଥମ
ଗୁରୁôତ୍ୱପୂର୍ଣ୍ଣ ନିଷ୍ପତ୍ତି ଥିଲା ପଞ୍ଚାୟତମାନଙ୍କୁ ଲଘୁ ବନଜାତ ଦ୍ରବ୍ୟର ସଂଗ୍ରହ ଅଧିକାର ପ୍ରଦାନ । ଆଜି ଏ ଦିଗରେ ଅନେକ କାମ ହୋଇଛି । ଜନଜାତିମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ବିଭିନ୍ନ କ୍ଷେତ୍ରରେ ଉନ୍ନତି ହେବା ସହିତ ସେମାନେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ମଧ୍ୟ ଅର୍ଜନ କରିପାରିଛନ୍ତି ।
ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କହିଲେ, ଏହି ଯୋଜନା ଦ୍ୱାରା ଜଙ୍ଗଲ ଜମିର ପରି·ଳକ ଭାବରେ ଜନଜାତିମାନଙ୍କ ଅଧିକାରକୁ ସ୍ୱୀକୃତି ଦିଆଯିବ । ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇ ଯୋଗ୍ୟ ବ୍ୟକ୍ତିମାନଙ୍କୁ ଅଧିକାର ପ୍ରଦାନ କରିବାକୁ ପଦକ୍ଷେପ ନିଆଯାଇଛି ।
ଉନ୍ନୟନ କମିଶନର ଅନୁ ଗର୍ଗ କହିଲେ, ଜଙ୍ଗଲ ଜମି ଉପରେ ଅଧିକାର ପ୍ରଦାନ ଓଡିଶା ସରକାରଙ୍କ ଏକ ପ୍ରମୁଖ ସଫଳତା । ଏହି ନୂଆ ଯୋଜନା ଦ୍ୱାରା ସେମାନଙ୍କ ସାଂସ୍କୃତିକ ବିବିଧତାର ସୁରକ୍ଷା ସହିତ ସବୁ ବିକାଶମୂଳକ ଯୋଜନାରେ ଜନଜାତିମାନଙ୍କୁ ସାମିଲ କରିବା ପାଇଁ ଏହି ଯୋଜନାରେ ବ୍ୟବସ୍ଥା କରାଯାଇଛି ।
କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ୟୁଏନ୍ଡିପି, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀ ଉପସ୍ଥିତ ଥିଲେ । ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ରୂପାରୋଶନ ସାହୁ ସ୍ୱାଗତ ଭାଷଣ ଦେଇଥିଲେ । ଅନୁସୂଚିତ ଜନଜାତି ବିଭାଗର ନିଦେ୍ର୍ଦଶକ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *