୧୮ରେ ଲଘୁଚାପ

ଭୁବନେଶ୍ୱର,୧୬ା୮ (ବୁ୍ୟରୋ): କିଛି ଦିନର ଶୁଖିଲା ପାଗ ପରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ ତାରିଖ ବେଳକୁ ଲଘୁଙ୍ଖଳର ହେବାର ସମ୍ଭାବନା ଅଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଉତ୍ତର-ପୂର୍ବ ଓ ତତ୍-ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଗଷ୍ଟ ୧୭ ରୁ ୧୯ ତାରିଖ ଏହାର ସର୍ବାଧିକ ପ୍ରଭାବ ପଡିପାରେ । ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି । ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି । ଏପରିସ୍ଥିତରେ ସମ୍ଭାବ୍ୟ ଲଘୁଚାପର ରୂପରେଖ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ ତାରିଖରେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛିି ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୧୮ ତାରିଖରେ ସମ୍ବଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୯ ତାରିଖରେ ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *